କୋରାପୁଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ ଉଦ୍ଘାଟନ କରିଛନ୍ତି। ୬ ଲେନ୍ ବିଶିଷ୍ଟ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଇକୋନୋମିକ୍ କରିଡର୍ ଶୀଘ୍ର ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି। କୋରାପୁଟ ବଡ଼ଡାକ୍ତରଖାନାରେ ଖାଲି ପଡ଼ିଥିବା ସମସ୍ତ ପଦବି ପୂରଣ ହେବ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଥିଲେ, ସ୍ୱାସ୍ଥ୍ୟସେବା ପାଇଁ କୋରାପୁଟବାସୀଙ୍କୁ ଆଉ ଦୂରକୁ ଯିବାକୁ ପଡ଼ିବ ନାହିଁ। ରାଜ୍ୟ ସରକାର ଏଥିପାଇଁ ସମସ୍ତ ବ୍ୟବସ୍ଥା କରୁଛନ୍ତି।ଯାହାଫଳରେ କୋରାପୁଟ ସମେତ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ାଜିଲ୍ଲା ସହ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ଲୋକ ଉପକୃତ ହେବେ। ନୂଆ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ମିଳିବ। ଆମ ସରକାର ଆସିବା ପରେ ରାଜ୍ୟରେ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୁଣାତ୍ମକମାନ ବୃଦ୍ଧି କରିବା ଉପରେ ପ୍ରାଥମିକତା ଦେଉଛନ୍ତି। ରାଜ୍ୟରେ ବର୍ତ୍ତମାନ ୧୨ଟି ସରକାରୀ ମେଡିକାଲ କଲେଜ ରହିଛି। ଖୁବ୍ଶୀଘ୍ର ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ। ସେହିପରି ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ରୋଗୀଙ୍କ ପାଇଁ ବହୁବିଧ ଚିକିତ୍ସା ସୁବିଧା କରାଯାଉଛି। ସିଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ବ୍ୟବସ୍ଥା ମଧ୍ୟ କରାଯାଉଛି। ଗୁରୁତର ରୋଗୀଙ୍କ ପାଇଁ ସ୍ବତନ୍ତ୍ର ଅକ୍ସିଜେନ୍ ପ୍ଲାଣ୍ଟ ବସାଯାଉଛି। ଏହି ହସ୍ପିଟାଲ ସଂଲଗ୍ନ ୨ ଏକର ଜମିରେ କ୍ୟାନ୍ସର ଚିକିତ୍ସା ହସ୍ପିଟାଲ ମଧ୍ୟ ନିର୍ମାଣ ଚାଲିଛି। ଏଥିପାଇଁ ସରକାର ପ୍ରାୟ ୪୧ କୋଟି ୧୫ ଲକ୍ଷ ଟଙ୍କା ବ୍ୟୟବରାଦ କରିଛନ୍ତି।
ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା
ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…




