କ୍ୟାବିନେଟ: ଓଡ଼ିଶା ସିଟି ଗ୍ୟାସ୍ ବିତରଣ ନୀତିକୁ ମଞ୍ଜୁରୀ

ଭୁବନେଶ୍ବର: ଏଣିକି ପ୍ରତି ଘରକୁ ପାଇପରେ ପହଞ୍ଚିବ ରନ୍ଧନ ଗ୍ୟାସ୍‌ । ଆଉ ଘଣ୍ଟା ଘଣ୍ଟା ଏଲପିଜି ଗ୍ୟାସ୍‌ ଆଣିବାକୁ ଲାଇନରେ ଛିଡା ହେବାକୁ ପଡିବନି । ଏଥିପାଇଁ ରାଜ୍ୟ ସରକାର ଆଣିଛନ୍ତି ଓଡ଼ିଶା ସିଟି ଗ୍ୟାସ୍‌ ବିତରଣ ନୀତି । ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ବପୂର୍ଣ୍ଣ ରାଜ୍ୟ କ୍ୟାବିଟେନରେ ଏହି ନୀତି ସମେତ 8 ପ୍ରସ୍ତାବକୁ ଅନୁମୋଦନ ମିଳିଛି ।ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ 8 ବିଭାଗର 8 ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଶିଳ୍ପ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ପ୍ରତ୍ୟେକ ବିଭାଗରୁ ଗୋଟେ ଲେଖାଏଁ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ଅନୁମୋଦନ ପ୍ରସ୍ତାବ ସମ୍ପର୍କରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ।

ରାଜ୍ୟରେ ସ୍ବଚ୍ଛ ଓ ସୁଦୂରପ୍ରସାରୀ ଶକ୍ତିର ବ୍ୟବହାରକୁ ବ୍ୟାପକ କରିବା ପାଇଁ କ୍ୟାବିନେଟ ‘ଓଡ଼ିଶା ସିଟି ଗ୍ୟାସ ଡିଷ୍ଟ୍ରିବ୍ୟୁସନ ବା CGD ନୀତି’କୁ ଅନୁମୋଦନ କରିଛନ୍ତି । ଏହି ନୀତି ଦ୍ବାରା ସାରା ରାଜ୍ୟରେ ପାଇପ୍‌ଡ୍ ନାଚୁରାଲ ଗ୍ୟାସ ବା PNG ଏବଂ କମ୍ରେସଡ ନାଚୁରାଲ ଗ୍ୟାସ ବା CNG ଭିତ୍ତିଭୂମିର ସମ୍ପ୍ରସାରଣ ତ୍ବରାନ୍ବିତ ହେବ । ଯାହା ଜାତୀୟ ସ୍ତରର ସ୍ବଚ୍ଛ ଇନ୍ଧନ ଅଭିଯାନ ସହ ସାମଞ୍ଜସ୍ୟ ରକ୍ଷା କରିବ । ପୂର୍ବରୁ ବିଭିନ୍ନ ସଂସ୍ଥା ଠାରୁ ଅନୁମତି ପାଇବାରେ ହେଉଥ‌ିବା ବିଳମ୍ବ ଓ ଏକ ସମନ୍ବିତ ନୀତିର ଅଭାବ ଯୋଗୁଁ ପ୍ରକଳ୍ପ କାର୍ଯ୍ୟକାରୀ କରିବାରେ ବାଧା ସୃଷ୍ଟି ହେଉଥିଲା । ଏହି ନୂତନ ନୀତି ପ୍ରକ୍ରିୟାକୁ ସରଳୀକୃତ କରିବା ସହ ପ୍ରକଳ୍ପ ଗୁଡ଼ିକର ଶୀଘ୍ର ସମାପ୍ତିକୁ ନିଶ୍ଚିତ କରିବ । ଏହି ନୀତି ଦ୍ବାରା ରାଜ୍ୟ ସରକାରଙ୍କ ଉପରେ କୌଣସି ଆର୍ଥିକ ବୋଝ ପଡ଼ିବ ନାହିଁ । ଏହା ଘରୋଇ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ସହ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ବ୍ୟବସାୟିକ ସହଜତାକୁ ବୃଦ୍ଧି କରିବ । ମାର୍ଚ୍ଚ 2027 ପର୍ଯ୍ୟନ୍ତ ଅନୁମୋଦନ ଶୁଳ୍କ ଉପରେ ରିହାତି ପ୍ରଦାନ କରିବାକୁ ପ୍ରସ୍ତାବ ଦିଆଯାଇଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ