କ୍ୟାବିନେଟ: ୨୦୩୦-୩୧ ଯାଏଁ ସମ୍ପ୍ରସାରଣ ହେଲା ସେତୁ ବନ୍ଧନ ଯୋଜନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବ ଅନୁମୋଦନ ହୋଇଛି । ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି କ୍ୟାବିନେଟ କେତେକ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି । ସେଥିରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି । ସେହିପରି ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦିତ ହୋଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟର ନିଷ୍ପତ୍ତି ବାବଦରେ ସୂଚନା ଦେଇଛନ୍ତି ।
ସେତୁ ବନ୍ଧନ ଯୋଜନାକୁ ୨୦୩୦-୩୧ ଯାଏଁ ସମ୍ପ୍ରସାରଣ କରିବାକୁ ଅନୁମୋଦନ ମିଳିଛି । ଗ୍ରାମାଞ୍ଚଳରେ ଯୋଗାଯୋଗର ଉନ୍ନତି ଓ ଲୋକଙ୍କ ଆର୍ଥିକ-ସାମାଜିକ ସ୍ଥିତିର ସୁଧାର ପାଇଁ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ଚାଲୁ ରହିଥିବା ୧୪୧୭ଟି ସେତୁ ସମ୍ପୂର୍ଣ୍ଣ ସହିତ ୧୭୫୦ଟି ନୂତନ ସେତୁ ହାତକୁ ନେବା ପାଇଁ ୧୧୧,୮୦୦,୦୦ କୋଟିର ବ୍ୟୟବରାଦକୁ ମଞ୍ଜୁରୀ ମିଳିଛି । ୨୦୨୧-୨୨ ବର୍ଷରେ ୨୪୦୩ ଟି ସେତୁ ନିର୍ମାଣ ପାଇଁ ୧୮୭୭୯.୨୨ କୋଟି ବ୍ୟୟବରାଦ ସହ ୨୦୨୧-୨୨ ରୁ ୨୦୨୫-୨୬ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ଅବଧି ପାଇଁ ଏହି ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଅନୁମୋଦନ ହୋଇଥିଲା ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ