କ୍ୟାବିନେଟ୍ :୫୮ଟି ସବ୍ ଡିଭିଜନରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ୱାଦିକ ସମ୍ମିଳନୀ କରି ଏମ୍ପର୍କରେ ସୂଚନା ଦେଇଛନ୍ତି । ରାଜ୍ୟରେ ପନିପରିବା ନଷ୍ଟ ନହେବା ପାଇଁ ଶୀତଳ ଭଣ୍ଡାର ଖୋଲିବା ନେଇ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଶୀତଳ ଭଣ୍ଡାର ପାଇଁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ୫୮ଟି ସବ୍ ଡିଭିଜନରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ ରହିଛି ।

ଅନୁସୂଚିତ ଜାତି ଓ ଜନଜାତି ବର୍ଗ, ଟ୍ରାନ୍ସଜେଣ୍ଡର, ମହିଳା ହିତାଧିକାରୀଙ୍କ ପାଇଁ ନୂତନ ଶୀତଳ ଭଣ୍ଡାର ପାଇଁ ସ୍ଥାୟୀ ପୁଞ୍ଜି ନିବେଶ ପାଇଁ ୪ଟି ସ୍ଲାବ୍‌ରେ ସବସିଡ୍ ସୁବିଧା ରହିଛି। ୬୦ ପ୍ରତିଶତ ଅବା ସର୍ବାଧିକ ୬ କୋଟି ୫୦ ଲକ୍ଷ ଟଙ୍କା ସବସିଡ୍ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ସେହିପରି ସାଧାରଣ ବର୍ଗଙ୍କର ନିବେଶ ଖର୍ଚ୍ଚର ୫୦ ପ୍ରତଶିତ ଅବା ସର୍ବାଧିକ ୬ କୋଟି ଟଙ୍କା ପର୍ୟ୍ୟନ୍ତ ସବସିଡ୍ ପ୍ରଦାନ କରାଯିବାର ଯୋଜନା ରହିଛି । ଶୀତଳ ଭଣ୍ଡାର ୟୁନିଟ ଗୁଡ଼ିକୁ ଏପିସି କ୍ଲଷ୍ଟର ସହ ସଲଗ୍ନ କରାଯିବ ।ଶୀତଳ ଭଣ୍ଡାର ସ୍ଥାପିତ ଅଞ୍ଚଳରେ କୃଷି ଉତ୍ପାଦନ କ୍ଲଷ୍ଟର ସ୍ଥାପନ କରାଯିବ । ଏହି ଯୋଜନାକୁ ୨୦୨୫-୨୬ରୁ ୨୦୨୯-୩୦ ପର୍ୟ୍ୟନ୍ତ ୫ ବର୍ଷ ଲାଗି ଆକଳନ କରାଯାଇଛି। ଏହି ଯୋଜନାରେ ୨୫୨ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ