ଖଣି ଚୋରି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଉପବାଚସ୍ପତି

ସୁନ୍ଦରଗଡ଼: ଉପବାଚସ୍ପତି ଭବାନୀ ଭୋଇ ଖଣି ଚୋରି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅବଗତ କରିଛନ୍ତି। ହେମଗିରିରେ କୋଇଲା ଓ ବଣାଇରେ ଆଇରନ ,ମାଂଗାନିଜ ଖୋଲାଖୋଲି ଚୋରି ହେଉଥିବା ସେ କହିଛନ୍ତି।
ସୁନ୍ଦରଗଡ଼ରେ ଖଣି ଚୋରିରେ ଜିଲ୍ଲା ପ୍ରଶାସନର ବଡ଼ ବଡ଼ ଅଧିକାରୀ , ଜଙ୍ଗଲ ବିଭାଗର ଅଧିକାରୀ, ଖଣି ବିଭାଗର ଅଧିକାରୀ ସିଧାସଳଖ ସମ୍ପୃକ୍ତ ଥିବା ଦର୍ଶାଇଛନ୍ତି ଉପବାଚସ୍ପତି। ବେଆଇନ ଖଣି ଖନନ ଓ କୋଇଲା ଉତ୍ତୋଳନ କରୁଛନ୍ତି ମାଫିଆ। ଯଥା ଶୀଘ୍ର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଉପବାଚସ୍ପତି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ଏଥିରେ ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା କର୍ମଚାରୀଙ୍କ ପ୍ରତି କଠୋର କାର୍ୟ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଅବୈଧ ଖଣିକୁ ବନ୍ଦ କରିବା ପାଇଁ ଟାକ୍ସ ଫୋର୍ସ ଗଠନ ପାଇଁ ବି ଦାବି କରିଛନ୍ତି। ଏହା ସହ ରାଜ୍ୟର ସମସ୍ତ ସୀମାନ୍ତ ଅଞ୍ଚଳରେ ଜୋରଦାର ଚେକିଂ ପାଇଁ ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ