ଖୁବଶୀଘ୍ର ଆଉ ୫ହଜାର ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ:ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଖୁବଶୀଘ୍ର ଆଉ ୫ହଜାର ଡାକ୍ତର ଓ ୩ହଜାର ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ ବୋଲି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।ଶ୍ରୀ ମହାଲିଙ୍ଗ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଆଗାମୀ ୫ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ଥିବା ଏମବିବିଏସ୍ ସିଟ୍ ସଂଖ୍ୟାକୁ ୨୫୦୦ରୁ ୫ହଜାରକୁ ବୃଦ୍ଧି କରିବାକୁ ସରକାର ଯୋଜନା କରିଛନ୍ତି । ରାଜ୍ୟରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ଼ କରିବାକୁ ମଧ୍ୟ ସରକାର ଏକାଧିକ କାର୍ୟ୍ୟକ୍ରମକୁ ହାତକୁ ନେଇଛନ୍ତି । ଡାକ୍ତର ପଦବୀଗୁଡ଼ିକ ପୂରଣ ପାଇଁ ଖୁବଶୀଘ୍ର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ । ୫ହଜାର ଡାକ୍ତର ପଦବୀ ଓ ବିଭିନ୍ନ ବର୍ଗର ୩ହଜାର ସ୍ୱାସ୍ଥ୍ୟ କର୍ମଚାରୀ ପଦବୀକୁ ପୂରଣ ନିମନ୍ତେ ସରକାର ଏବେ ପଦକ୍ଷେପ ନେଇଛନ୍ତି । ଏସବୁ ବ୍ୟତୀତ ରାଜ୍ୟର ସମସ୍ତ ନୂଆ ମେଡିକାଲ କଲେଜରେ ପୋଷ୍ଟ ଗ୍ରାଜୁଏସନ୍ ପାଠ୍ୟକ୍ରମ ଆରମ୍ଭ କରିବା ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ବେଡ୍ ସଂଖ୍ୟାକୁ ୪୦୦କୁ ବୃଦ୍ଧି ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ।ରାଜ୍ୟରେ ପ୍ରାୟ ୬୦ବର୍ଷ ବ୍ୟବଧାନରେ ଚତୁର୍ଥ ସରକାରୀ ମେଡିକାଲ କଲେଜ ସ୍ଥାପନ ହୋଇପାରିଥିଲା । ଏବେ ରାଜ୍ୟରେ ୧୧ଟି ସରକାରୀ ମେଡିକାଲ କଲେଜ ଖୋଲିଛି । ଏହାକେବଳ କେନ୍ଦ୍ରରେ ବିଜେପି ସରକାର କ୍ଷମତାକୁ ଆସିବା ପରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ୬୦.୪୦ ଆର୍ଥିକ ଅନୁପାତରେ ପ୍ରତ୍ୟେକ ଜିଲ୍ଲାରେ ଗୋଟିଏ ଲେଖାଏଁ ସରକାରୀ ମେଡିକାଲ କଲେଜ ଖୋଲିବା ନିମନ୍ତେ ସ୍ୱତନ୍ତ୍ର ନୀତି ଆଣିବାରୁ ସମ୍ଭବପର ହୋଇପାରିଛି । ଆମେ କେନ୍ଦ୍ର ସରକାରଙ୍କ ଏହି ନୀତିକୁ ସମ୍ପୂର୍ଣ୍ଣ ଉପଯୋଗ କରି ଆମ ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବାକୁ ଯାଉଛୁ ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ସୂଚନା ଦେଇଛନ୍ତି ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ