ଖୁବଶୀଘ୍ର ଘୋଷଣା ହେବ ବିଜେପି ରାଜ୍ୟ କମିଟି

ଭୁବନେଶ୍ୱର: ଖୁବଶୀଘ୍ର ଘୋଷଣା ହେବ ବିଜେପି ରାଜ୍ୟ କମିଟି । କମିଟିରେ ୧୦ ଜଣ ଉପସଭାପତି, ୪ ଜଣ ସାଧାରଣ ସଂପାଦକ, ଜଣେ ସାଧାରଣ ସଂପାଦକ (ସଂଗଠନ), ୧୦ ଜଣ ସଂପାଦକ ଓ ଜଣେ କୋଷାଧ୍ୟକ୍ଷ ରହିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି । କମିଟି ଯେ କୌଣସି ମୁହୁର୍ତ୍ତରେ ଘୋଷଣା ହୋଇପାରେ । ଦୁଇ ଦିନ ହେବ ବିଜେପି ରାଜ୍ୟ କାର୍ୟ୍ୟାଳୟରେ ମାରାଥନ୍‌ ବୈଠକରୁ ଏହା ବାରି ହେଉଛି ।
ଶନିବାର ରାତି ୨ଟା ପର୍ୟ୍ୟନ୍ତ ବୈଠକ ଚାଲିଥିବା ବେଳେ ରବିବାର ବି ଲମ୍ୱା ସମୟ ଧରି ବୈଠକ ଚାଲିଥିଲା । ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପିର ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ପହଞ୍ଚିଥିଲେ । ସେଠାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିବା ସୂଚନା ମିଳିଥିଲା । ବୈଠକରେ ବହୁ ବରିଷ୍ଠ ମନ୍ତ୍ରୀ ସାମିଲ ହୋଇଥିଲେ ।

ତେବେ କିଛି ଦଳୀୟ ନେତାଙ୍କ କହିବା ଅନୁସାରେ ପ୍ରଥମେ ରାଜ୍ୟ ବିଜେପିର ନୂଆ ଟିମ୍‌ ଘୋଷଣା କରାଯିବ । ଏଥିରେ ୨୫ ପ୍ରତିଶତ ନୂଆ ମୁହଁ ଓ ୩୩ ପ୍ରତିଶତ ମହିଳା ସ୍ଥାନ ପାଇବେ । ପରବର୍ତ୍ତୀ ପର୍ୟ୍ୟାୟରେ କିଛି ବୋର୍ଡ ଓ ନିଗମର ଅଧ୍ୟକ୍ଷ ପଦ ଘୋଷଣା କରାଯିବ । ସରକାରୀ ଓକିଲଙ୍କ ତାଲିକା ବି ଜାରି ହେବ । କମିଶନ ପଦବି ବି ପୂରଣ ହେବ । ଶେଷରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ହେବ ।

  • Related Posts

    ବନ୍ଦକୁ ଜନସମର୍ଥନ ମିଳିଛି : ଭକ୍ତ

    ଭୁବନେଶ୍ୱର, ୮ ।୧୦ : ଚାରିଟି ଗୁରୁତ୍ୱପୂର୍ଣ ଦାବିକୁ ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡିଶା ବନ୍ଦ ଡାକରାକୁ ଜନସମର୍ଥନ ମିଳିଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି । ଏହି ଅବସରରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର…

    Continue reading
    ପଶ୍ଚିମ ଓଡ଼ିଶାରେ ରାସ୍ତାରୋକ ଏବଂ ପିକେଟିଂ, ଲୋକେ ହନ୍ତସନ୍ତ

    ସମ୍ବଲପୁର/ଝାରସୁଗୁଡ଼ା/ନୂଆପଡ଼ା: INDIA ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦର ପ୍ରଭାବ ପଶ୍ଚିମ ଓଡ଼ିଶା ଜିଲ୍ଲାମାନଙ୍କରେ ପଡ଼ିଛି । ରାସ୍ତା ଅବରୋଧ ଓ ପିକେଟିଂ ଯୋଗୁଁ ବସ୍‌, ଟ୍ରକ୍‌, ଅଟୋ ସମେତ ଅନେକ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି । ବଜାର ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ