ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର

ପୁରୀ: ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ ପାଇଁ ଗୁଣ୍ଡିଚା ମନ୍ଦିର ଖୋଲାଯାଇଛି। ପ୍ରଥମେ ଶ୍ରଦ୍ଧାଳୁଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ପ୍ରବେଶ କରିଥିଲେ।

ସୂଚନାଯୋଗ୍ୟ, ମହାମାରୀ କୋଭିଡ୍‌ ପରଠାରୁ ଭକ୍ତଙ୍କ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ବନ୍ଦ ରହିଥିଲା। ପରବର୍ତ୍ତୀ ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିରର ଉନ୍ନତୀକରଣ କାର୍ଯ୍ୟ ଚାଲୁ ରହିଥିଲା। ତେଣୁ ଘୋଷଯାତ୍ରାକୁ ଛାଡ଼ିଦେଲେ ଭକ୍ତଙ୍କ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ବନ୍ଦ ରହିଥିଲା। ଶ୍ରୀମନ୍ଦିର ପରିଚାଳନା କମିଟି ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ଭକ୍ତଙ୍କ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ପ୍ରତିଦିନ ସକାଳ ୬ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମନ୍ଦିର ପରିସରରେ ଭକ୍ତଙ୍କ ପ୍ରବେଶ ଓ ଦର୍ଶନ ବ୍ୟବସ୍ଥା ରହିବ। ମନ୍ଦିର ଖୋଲିବା ପରେ ପ୍ରଥମ ୩ଦିନ ଭକ୍ତଙ୍କଠାରୁ କୌଣସି ପ୍ରବେଶ ଶୁଳ୍କ ଆଦାୟ କରାଯିବ ନାହିଁ। ପରବର୍ତ୍ତୀ ସମୟରେ ପ୍ରବେଶ ପାଇଁ ୧୦ ଟଙ୍କା ଶୁଳ୍କ ଧାର୍ଯ୍ୟ କରାଯାଇଛି। ତେବେ ଶିଶୁ, ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗଙ୍କ ପାଇଁ ପ୍ରବେଶ ଶୁଳ୍କ ଛାଡ଼ ରହିବ। ଭକ୍ତଙ୍କ ସୁବିଧା ପାଇଁ ମନ୍ଦିର ନିକଟରେ ମାଗଣା ଜୋତା ଷ୍ଟାଣ୍ଡ ଓ ମୋବାଇଲ୍‌ ଷ୍ଟାଣ୍ଡ ବ୍ୟବସ୍ଥା କରାଯାଇଛି। ଦର୍ଶନ ସମୟରେ ଶୃଙ୍ଖଳା ବଜାୟ ରଖିବା ସହ ଭିଡ଼ ନିୟନ୍ତ୍ରଣ ପାଇଁ ମଧ୍ୟ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ଭକ୍ତମାନେ ବ୍ୟାରିକେ୍‌ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିବେ।

  • Related Posts

    ବେକ କାଟି ଯୁବକଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

    ବ୍ରହ୍ମପୁର: ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ବ୍ରହ୍ମପୁର ସହର। ଉପକଣ୍ଠ ନିମଖଣ୍ଡି ଅଞ୍ଚଳରେ ଘଟିଛି ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଦୁର୍ଦ୍ଦାନ୍ତ ଟୁନା ନାୟକଙ୍କ ବେକ କାଟି ହତ୍ୟା କରାଯାଇଛି। ଘଟଣାରେ ତାଙ୍କ ବନ୍ଧୁ ବିଟୁ ସାହୁଙ୍କୁ ପୁଲିସ ଅଟକ ରଖି…

    Continue reading
    ନୀଳଗିରିରେ ଅଜଣା ବସ୍ତୁକୁ ନେଇ ଆତଙ୍କ

    ନୀଳଗିରି: ବାଲେଶ୍ୱର ଜିଲ୍ଲା ନୀଳଗିରିରେ ଅଜଣା ବସ୍ତୁକୁ ନେଇ ଆତଙ୍କ । ନରଣପୁର ପଞ୍ଚାୟତ ଗେନ୍ଦରାସାହି ନିକଟସ୍ଥ ଏକ ଶାଳ ଗଛରେ ଅଜଣା ବସ୍ତୁ ଝୁଲୁଥିବା ଦେଖି ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଏକ ପ୍ଲାଷ୍ଟିକ୍ ଡବା ଆକାରର ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ