ଖୋଲିଲା ହୀରାକୁଦର ୬ ଫାଟକ

ହୀରାକୁଦ: ଉପରମୁଣ୍ଡରେ ବର୍ଷା ସହ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୬ଟି ଫାଟକ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଅପରାହ୍ଣ ୩ଟାରେ ୨ଟି ଏବଂ ୫ଟାରେ ଅତିରିକ୍ତ ୪ଟି ଫାଟକ ଖୋଲାଯାଇଥିଲା। ସୂଚନା ଅନୁସାରେ, ମଙ୍ଗଳବାର ରାତି ୯ଟାରେ ଜଳଭଣ୍ଡାରର ଜଳସ୍ତର ୬୨୬.୩୫ ଫୁଟ ରହିଥିଲା। ଏହି ସମୟରେ ଜଳଭଣ୍ଡାରକୁ ୯୫,୨୭୭ କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ବିଭିନ୍ନ ମାଧ୍ୟମରେ ୧ ଲକ୍ଷ ୩୩ ହଜାର ୩୯୨ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ନଦୀବନ୍ଧର ବାମ ପଟ ୧୭, ୧୮, ୧୯ ଓ ୨୪ ଏବଂ ଡାହାଣ ପଟ ୪୯ ଓ ୫୦ ନମ୍ବର ଫାଟକରୁ ବନ୍ୟାଜଳ ନିଷ୍କାସନ କରାଯାଉଛି। ରାତି ୯ଟାରେ ମୁଣ୍ଡଳିରେ ସେକେଣ୍ଡ ପିଛା ୮୭, ୭୦୦ ଘନଫୁଟ ଜଳ ପ୍ରବାହିତ ହେଉଥିବା ଜଣାପଡ଼ିଛି ।

  • Related Posts

    ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

    ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ…

    Continue reading
    ବ୍ଲକସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ

    ଦେବଗଡ଼: ବାରକୋଟସ୍ଥିତ ଡାକବଙ୍ଗଳାରେ ଆଜି ବ୍ଲକ୍‌ସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବାରକୋଟଠାରେ ନିର୍ମିତ ଶବ ବ୍ୟବଚ୍ଛେଦ ଗୃହ କାର୍ଯ୍ୟକ୍ଷମ କରିବା, ଉଭୟ ବ୍ଲକ୍‌ ଓ ବଣେଇ ଛକରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ