ଗଛକୁ ପିଟିଲା ଟିପ୍ପର: ୨ ମୃତ

ଗୁଣପୁର: ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଭାଲେରୀ କୁଡ଼ିଆ ଗ୍ରାମ ମୁଖ୍ୟ ରାସ୍ତାରେ ଏକ ଟିପ୍ପର ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁର୍ଘଟଣା ଘଟିଛି । ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକ ଜଣକ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକ ଦୁଇ ଜଣ ହେଲେ ରାମାନାଗୁଡା ବ୍ଲକ ଅନ୍ତର୍ଗତ ଅର୍ଜୁନଗୁଡା ଗ୍ରାମର ଅଲିକ୍ଷ ପାତିକା ଓ ଅଜୟ ପାଲକା ।
ସୂଚନା ଯୋଗ୍ୟ ଯେ ଆଜି ଭୋର ସମୟରେ ଟିପ୍ପରଟି ଗୁଣପୁରରେ ବାଲି ଅନଲୋଡ କରି ଫେରିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲା । ଘଟଣାସ୍ଥଳରେ ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ୨ ଜଣଙ୍କ ମୃତ୍ୟ ଘଟିଥିବା ଡାକ୍ତର କହିଥିଲେ । ଆହତ ଚାଳକଙ୍କ ଅବସ୍‍ଥା ସଙ୍କଟାପନ୍ନ ଥିବାରୁ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଗୁଣପୁର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ସନ୍ଦୀପ ସ୍ୱାଇଁ ପ୍ରକାଶ କରିଛନ୍ତି ।

  • Related Posts

    ଆଜିଠୁ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ, ୧୭ ତାରିଖ ଯାଏ ଚାଲିବ

    ଭୁବନେଶ୍ୱର,: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ  ଆନୁକୁଲ୍ୟରେ ରାଜ୍ୟବ୍ୟାପୀ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା’ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆଜି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଘରେ…

    Continue reading
    ହୀରାକୁଦ: ଖୋଲିଲା ଆଉ ୪ ଗେଟ୍

    ସମ୍ବଲପୁର: ଉପର ମୁଣ୍ଡରେ ବର୍ଷା ପାଇଁ ବଢ଼ିଲା ଜଳସ୍ତର । ଖୋଲିଲା ହୀରାକୁଦର ଆଉ ୪ ଗେଟ୍ । ଏବେ ମୋଟ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୮ଟି ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ