ଗଛରୁ ନଡ଼ିଆ ପଡ଼ି ୫ମ ଶ୍ରେଣୀ ଛାତ୍ର ମୃତ

ବାରିପଦା: ବାରିପଦା ମଧୁବନ ଅଂଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ନଡ଼ିଆ ଗଛରୁ ନଡ଼ିଆ ପଡ଼ି ଜଣେ ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ହେଲେ ଅଜୟ ପାତ୍ରଙ୍କ ପୁଅ ବାଦଲ(୧୧) । ମଙ୍ଗଳବାର ସ୍କୁଲରେ ବନ୍ୟା ରିଲିଫ ସାମଗ୍ରୀ ଦିଆଯାଉଥିଲା । ବାଦଲ ରିଲିଫ ସାମଗ୍ରୀ ଧରି ଘରକୁ ଫେରୁଥିବା ବେଳେ ବାଟରେ ଏକ ନଡ଼ିଆ ଗଛରୁ ନଡ଼ିଆଟିଏ ତା ମୁଣ୍ଡ ଉପରେ ପଡିଥିଲା । ଘରକୁ ଆସି ଏକଥା ପରିବାର ଲୋକଙ୍କ ଆଗରେ ଜଣାଇଥିଲା । ତେବେ ବୁଧବାର ସକାଳେ ମୁଣ୍ଡରେ ଅସହ୍ୟ ଯଂତ୍ରଣା ହେବାରୁ ତାକୁ ସ୍ଥନୀୟ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ଭର୍ତି କରାଯାଇଥିଲା । ଦିନ ପ୍ରାୟ ୧୧ଟା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଥିବା ଜଣାପଡିଛି । ଖବର ପାଇ ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ କରିବା ସହ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି ।

  • Related Posts

    ଚନ୍ଦ୍ରିକା ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

    କଟକ: ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦ ହଜାର ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ। ସାକ୍ଷୀମାନଙ୍କୁ…

    Continue reading
    ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଜେଲ୍‌

    ଢେଙ୍କାନାଳ:ସରକାରୀ ଅର୍ଥ ଆତ୍ମସାତ୍‌ ଓ ଦୁର୍ନୀତି ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଆଜି (୦୩.୦୯.୨୦୨୬) ଦୋଷୀ ସାବ୍ୟସ୍ତ କରିଛନ୍ତି ଢେଙ୍କାନାଳ ବିଶେଷ ଭିଜିଲାନ୍ସ ଆଦାଲତ। ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିମାନେ ହେଲେ: ନିତ୍ୟାନନ୍ଦ ମହାନ୍ତି, ଅବସରପ୍ରାପ୍ତ ଆଇ.ଏ.ଏସ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ