ଗଛରେ ପିଟିହେଲା ବାଇକ୍‌; ୨ ନାବାଳକ ମୃତ

ବାରିପଦା: ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌। ଚାଲିଗଲା ୨ ନାବାଳକଙ୍କ ଜୀବନ। ଘଟଣାଟି ଘଟିଛି ବାରିପଦାର ରଙ୍ଗାମାଟିଆ ନିକଟରେ। ମୃତକ ଦ୍ୱୟ ହେଉଛନ୍ତି, ରାକେଶ ନାଏକ (୧୩) ଓ ଶୁଭ ନାଏକ (୧୭)। ଉଭୟ ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ବାଗିଆବେଡ଼ା ଗାଁର।ରାକେଶ ଓ ଶୁଭଙ୍କ ସମେତ ୪ ଜଣ ଦୁଇଟି ବାଇକ୍‌ରେ ବାରିପଦାର ଲୁଲୁଙ୍ଗ ବୁଲିବାକୁ ଯାଉଥିଲେ। ହେଲେ ବାଟରେ ରଙ୍ଗାମାଟିଆ ନିକଟରେ ଗୋଟିଏ ବାଇକ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛରେ ପିଟି ହୋଇଥିଲା। ସେହି ବାଇକରେ ରାକେଶ ଓ ଶୁଭ ବସିଥିଲେ।

ଦୁର୍ଘଟଣା ପରେ ରାକେଶ ଓ ଶୁଭଙ୍କୁ ସେମାନଙ୍କର ଅନ୍ୟ ଦୁଇ ସାଙ୍ଗ ବାରିପଦା ମେଡିକାଲ କଲେଜ ଓ ହସ୍‌ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

  • Related Posts

    ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

    ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା…

    Continue reading
    କ୍ୟାବିନେଟ ନିଷ୍ପତ୍ତି : କେନ୍ଦୁଝର ଜିଲ୍ଲାରେ ୧୬୪୭କୋଟି ଟଙ୍କାର ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ

    ଭୁବନେଶ୍ୱର: ରାଜ୍ୟରେ ଶକ୍ତି, ପରିବହନ ଓ ପାନୀୟ ଜଳ କ୍ଷେତ୍ର ସମେତ ୫ଟି ବିଭାଗର ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ କେନ୍ଦୁଝରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ