ଗଞ୍ଜାମ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ, ହେଡକ୍ଵାର୍ଟର ଛାଡ଼ିବେନି ଅଧିକାରୀ

ବ୍ରହ୍ମପୁର : ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଉତ୍ତର ଆଣ୍ଡାମାନ ସାଗର ଏବଂ ଏହା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ରୂପ ନେଇଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତିକରି ୨୧ ତାରିଖ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ପରବର୍ତ୍ତୀ ସମୟରେ ତଥା ୨୨ ତାରିଖରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରଣତ ହେବ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୩ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିପାରେ । ଭୁବନେଶ୍ୱର ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଥିବା ବେଳେ ଏହାର ପ୍ରଭାବରେ ୨୨ ତାରିଖରୁ ବର୍ଷା ରହିପାରେ । ୨୩ ତାରିଖ ପାଇଁ ଗଞ୍ଜାମ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିଭଳି ୨୪ ତାରିଖରେ ମଧ୍ୟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ପରିମାଣ ସାମାନ୍ୟ କମ ରହିଲେ ମଧ୍ୟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗର ଏଭଳି ପୂର୍ବାନୁମାନ ଏବଂ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଏନେଇ ରବିବାର ଏକ ପ୍ରସ୍ତୁତି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ସଜାଗ ରହିବା ସହ ଆବଶ୍ୟକ ସମସ୍ତ ପ୍ରସ୍ତୁତି ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମ୍ଭାବ୍ୟ ପ୍ରବଳ ବର୍ଷା, ପବନ, ଜଳବନ୍ଦୀ ଓ ଭୂସ୍ଖଳନ ଭଳି ପରିସ୍ଥିତିର ମୁକାବିଲା ପାଇଁ ଉଦ୍ଧାରକାରୀ ଯନ୍ତ୍ରପାତି, ଔଷଧ, ଆବଶ୍ୟକ ସାମଗ୍ରୀ ଓ ମାନବସମ୍ବଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସମୁଦ୍ରକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀଙ୍କୁ ୨୧ ତାରିଖ ସୁଦ୍ଧା କୂଳକୁ ଫେରିଆସିବା ଏବଂ ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ସେପ୍ଟେମ୍ବର ୨୧ରୁ ୨୫ ତାରିଖ ପର୍ଯ୍ୟନ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ସଦର ମହକୁମା ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ବିଭିନ୍ନ ବିଭାଗ ମଧ୍ୟରେ ନିରନ୍ତର ସମନ୍ୱୟ ରଖି ପରିସ୍ଥିତି ଉପରେ ନଜର ରଖିବା ସହ ଯେକୌଣସି ଆପତ୍‌କାଳୀନ ପରିସ୍ଥିତିରେ ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି । ଏଥିସହ ବଜ୍ରପାତ ଓ ପ୍ରବଳ ବର୍ଷା ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ ଓ ଦେବଦତ୍ତ ପଣ୍ଡା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୁନୀଲ ସାଇ ଦେବାଶିଷଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ