ଗଣଦୌଡରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସାରା ଦେଶ ପାଳୁଛି ଲୌହମାନବ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ । ଏହି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଗଣଦୌଡ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକତା ଏବଂ ଆତ୍ମନିର୍ଭର ଭାରତର ଭାବନାକୁ ଜାଗ୍ରତ କରିବା ପାଇଁ ଏହି ଗଣଦୌଡ ଆୟୋଜନ କରାଯାଇଛି । ଗଣଦୌଡ ପରେ ସମସ୍ତଙ୍କୁ ଏକତା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ଶପଥ ପାଠ କରାଇଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏକତା ଦୌଡ କାର୍ୟ୍ୟକ୍ରମରେ ସାମିଲ ହୋଇ ଯୁବପିଢି ଓ ଜନସାଧାରଣଙ୍କ ମଧ୍ୟରେ ରାଷ୍ଟ୍ରୀୟ ଭାବନାକୁ ଜାଗ୍ରତ କରିବାର ସୁଯୋଗ ମିଳିଥିବାରୁ ବହୁତ ଭଲ ଲାଗିଲା । ମୁଁ ଆଶା କରୁଛି ସର୍ଦ୍ଦାର ପଟେଲଙ୍କ ଆଦର୍ଶ ଅମେ ସମସ୍ତଙ୍କୁ ଏକତା ସୂତ୍ରରେ ବାନ୍ଧି ରଖିବ । ସେ ଆହୁରି କହିଥିଲେ ଯେ ଏହି ଦୌଡ଼ ଆମକୁ ମନେପକାଇ ଦେଉଛି ଯେ ଏକଜୁଟ ରହିବା ହେଉଛି ଆମର ସାମୂହିକ ଇଚ୍ଛା ଓ ଆମର ଶକ୍ତି। ସର୍ଦ୍ଦାର ପଟେଲଙ୍କ ଜୀବନରୁ ପ୍ରେରିତ ହୋଇ ଆମେ ଭାଇଚାରା, ଶାନ୍ତି ଓ ସମୃଦ୍ଧିର ବନ୍ଧନକୁ ସୁଦୃଢ଼ କରିବା ଓ ସମୃଦ୍ଧ ଓଡ଼ିଶା ଏବଂ ବିକଶିତ ଭାରତ ଗଢିବା ପାଇଁ ଏକଜୁଟ ହେବା ଆବଶ୍ୟକ।ଏହି ଅବସରରେ କ୍ରୀଡା ମନ୍ତ୍ରୀ ଶ୍ରୀ ସୂର୍ୟ୍ୟବଂଶୀ ସୁରଜ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ଏହି ଦୌଡ଼ ମାଧ୍ୟମରେ ଆମେ ଏକତା, ସମନ୍ୱୟ ଓ ଦେଶପ୍ରେମର ଭାବନାକୁ ଜାଗ୍ରତ କରିବା ଓ ଏକ ସଶକ୍ତ ଭାରତ ଗଢିବାରେ ନିରନ୍ତର ଅଗ୍ରସର ହେବା ଆମ ସମସ୍ତଙ୍କ ଦାୟିତ୍ୱ। ପରିଶେଷରେ ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଜାଦବ ଧନ୍ୟବାଦ ଦେଇଥିଲେ।ସୂଚନା ଯୋଗ୍ୟଯେ ଏହି ଗଣଦୌଡ଼, କଳିଙ୍ଗ ଷ୍ଟାଡିଅମରୁ ଆରମ୍ଭ ହୋଇ ପାୱାର ହାଉସ ଛକ ପର୍ୟ୍ୟନ୍ତ ଆୟୋଜିତ ହୋଇଥିଲା। ରନ ଫର ୟୁନିଟି କାର୍ୟ୍ୟକ୍ରମରେ ବରିଷ୍ଠ ଅଧିକାରୀ, ଛାତ୍ରଛାତ୍ରୀ, ଖେଳାଳି ଓ ସାହସ୍ରାଧିକ ନାଗରିକ ଅଂଶଗ୍ରହଣ କରିଥିଲେ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ