ଗଣପର୍ବ ନୂଆଁଖାଇ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର,28/08: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ, ମା ମାଟି ଓ ଇଷ୍ଟ ଦେବୀଙ୍କୁ ପୂଜା କରିବାର ପର୍ବ ହେଉଛି ନୂଆଖାଇ । ଚାଷୀ ତାର ପ୍ରଥମ ଫସଲକୁ ଇଷ୍ଟ ଦେବୀଙ୍କ ପାଖରେ ଲାଗି କରିବା ପରେ ସହପରିବାରଙ୍କ ସହ ମିଶି ଏକାଠି ନୂଆ ଖାଇଥାନ୍ତି । ଏହା ହେଉଛି ନୂଆ ଖାଇ ପର୍ବର ସ୍ୱତନ୍ତ୍ର ପରମ୍ପରା । ବନ୍ଧୁ ବାନ୍ଧବ ସମସ୍ତେ ରାଗ ରୋଷ, ମାନ ଅଭିମାନ ଭୁଲି ପରିବାର ସାରା ଏକାଠି ବସି ନବାନ୍ନ ଭକ୍ଷଣ କରନ୍ତି । ନୂଆଖାଇ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।

  • Related Posts

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଭୁବନେଶ୍ବର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାୟପୁରରେ ଗୁରୁବାର ବସିଥିଲା ଗୋଲ ଟେବୁଲ ବୈଠକ । ବୈଠକ ପରେ ୨୯ ତାରିଖରେ ଛତିଶଗଡ ସରକାରଙ୍କ ପଦାଧିକାରୀଙ୍କ ସହିତ ଆଲୋଚନା କରାଯିବ । ବୈଠକରେ ଅଧ୍ୟକ୍ଷତା କରିଥିଲେ ଜଳ ମାନବ ଡ.…

    Continue reading
    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି।ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ଚୋରି କରି ହେଲେ ବନ୍ଧା ହେଲେ ଭଣ୍ଡ ପ୍ରବଚକ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ବିହାରରେ ୩ ପାକିସ୍ତାନୀ ଆତଙ୍କବାଦୀ

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ମହାନଦୀ ଜଳ ବିବାଦ: ୨୯ରେ ଛତିଶଗଡ ପଦାଧିକାରୀଙ୍କ ସହ ହେବ ଆଲୋଚନା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଟାଙ୍ଗିଆରେ ହଣି ନିର୍ମମ ଭାବେ ହତ୍ୟା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା