ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ଭିତ୍ତିଭୂମି ବିକାଶ ନେଇ ବୁଝାମଣା

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠସ୍ଥ ଅନ୍ଧାରୁଆଠାରେ ଥିବା ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନରେ ଭିତ୍ତିଭୂମି ବିକାଶ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି । ପ୍ରତିଷ୍ଠାନ ପରିସର ମଧ୍ୟରେ ପାଠାଗାର କୋଠା, ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ବାସଗୃହ, ହଷ୍ଟେଲ ଓ ଏକାଡେମିକ୍‌ ବ୍ଲକ୍‌ର ଅତିରିକ୍ତ ମହଲା ନିର୍ମାଣ ନିମନ୍ତେ ଏକ ବୁଝାମଣାପତ୍ର ଖାରବେଳ ଭବନଠାରେ ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣା ପତ୍ର ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ ଏବଂ ଓଡ଼ିଶା ନିର୍ମାଣ ନିଗମ ମଧ୍ୟରେ ସ୍ୱାକ୍ଷରିତ ହୋଇଛି । ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍‌ଙ୍କ ଉପସ୍ଥିତିରେ ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ନିର୍ଦ୍ଦେଶକ ପ୍ରଫେସର ଯଶୋବନ୍ତ ଜେନା ଓ ଓଡ଼ିଶା ନିର୍ମାଣ ନିଗମ ମୁଖ୍ୟ କାର୍ୟ୍ୟାଳୟର ନିର୍ମାଣ ବିଭାଗ ପରିଚାଳନା ନିର୍ଦ୍ଦେଶକ ପ୍ରତାପ ଚନ୍ଦ୍ର ଚୌଧରୀ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ । ମୋଟ ୨୬ କୋଟି ୫ ଲକ୍ଷ ଟଙ୍କା ବିନିମୟରେ ଏହି ସବୁ ନିର୍ମାଣ କାର୍ୟ୍ୟ କରାଯିବ । ଏଥି ନିମନ୍ତେ ଦୁଇବର୍ଷ ସମୟସୀମା ଧାର୍ୟ୍ୟ କରାଯାଇଛି ।

ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଶିବାନୀ ମହାନ୍ତି ଓ ପୂଜା ମିଶ୍ର, ପଠାଣି ସାମନ୍ତ ପ୍ଲାନେଟୋରିୟମ୍‌ର ନିର୍ଦ୍ଦେଶକ ଉର୍ମିପ୍ରଭା ମହାରଣା, ଓଡ଼ିଶା ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ବିଭୂତି ଭୂଷଣ ଦାଶ, ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ଅଧ୍ୟାପକ ଓ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ