ଗିନିଜ ବୁକ ଅଫ ୱାର୍ଲଡ ରେକର୍ଡ ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ୮୫୦ କିଲୋ ଚାଉଳରେ ପ୍ରସ୍ତୁତ ‘ପଖାଳ ପରବ’ କାର୍ଯ୍ୟକ୍ରମ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦ ମାର୍ଚ୍ଚ ୨୦୨୬: ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ବିଶ୍ୱ ପଖାଳ ଦିବସ ଅବସରରେ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ରାଜ୍ୟସ୍ତରୀୟ’ପଖାଳ ପରବ’ କାର୍ଯ୍ୟକ୍ରମ ପାଳନ ହୋଇଯାଇଛି। ଏହି ଅବସରରେ ୮୫୦ କିଲୋଗ୍ରାମ ଚାଉଳରେ ପ୍ରସ୍ତୁତ ୧୧୭୭ କିଲୋଗ୍ରାମର ପଖାଳ ଅବହେଳିତ ସମ୍ପ୍ରଦାୟର ୨୦୦୦ ରୁ ଉର୍ଦ୍ଧ୍ୱ ଜନସାଧାରଣମାନଙ୍କୁ ବଣ୍ଟାଯାଇଛି ପଖାଳ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପଖାଳକୁ କେବଳ ଏକ ଆହାର ନୁହେଁ, ବରଂ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ ବୋଲି କହିଥିଲେ। ପଖାଳ ଦିବସର ମୂଳ ଲକ୍ଷ୍ୟ ହେଉଛି ଓଡ଼ିଆ ଖାଦ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା। ଆଜିକାଲିର ପାଶ୍ଚାତ୍ୟ ଖାଦ୍ୟ ସଂସ୍କୃତି ଭିତରେ ଆମର ଏହି ପାରମ୍ପରିକ ଖାଦ୍ୟ ଯେପରି ହଜି ନଯାଏ, ସେଥିପାଇଁ ଏହି ଦିବସଟି ସମସ୍ତ ଓଡ଼ିଆଙ୍କୁ ଏକଜୁଟ କରିବାର ପ୍ରୟାସ କରିଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ନିଜ ପିଲାଦିନ ସହିତ ପଖାଳର ସମ୍ପର୍କ କଥା କହି ଭାବବିହ୍ୱଳ ହୋଇ ପଡ଼ିଥିଲେ ଏବଂ କହିଥିଲେ ଯେ କେବଳ ଗରିବର ଖାଦ୍ୟ ନୁହେଁ, ବରଂ ଏହା ମହାପ୍ରଭୁ ଜଗନ୍ନାଥଙ୍କର ମଧ୍ୟ ପ୍ରିୟ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ‘ଟଙ୍କ ତୋରାଣି’ ଏବଂ ପଖାଳ ଭୋଗ ଲାଗି ହୋଇଥାଏ। ଭଗବାନଙ୍କ ପାଖରେ ଏହି ସରଳ ଖାଦ୍ୟର ଅର୍ପଣ ଦର୍ଶାଏ ଯେ ସାଧାରଣ ଜୀବନଶୈଳୀ କେତେ ଶୁଦ୍ଧ। ପଖାଳର ସବୁଠାରୁ ବଡ଼ ଗୁଣ ହେଉଛି ଏହା ‘ଜିରୋ ୱେଷ୍ଟ’ ଖାଦ୍ୟ। ପଖାଳର ପ୍ରୋ- ବାୟୋଟିକ ଗୁଣ ବିଷୟରେ କହି ମୁଖ୍ୟମନ୍ତ୍ରୀ ପଖାଳରେ ଥିବା ହିତକର ଜୀବାଣୁ, ଯାହା ଦେହରେ ଥିବା ଅନିଷ୍ଟକାରି ଜୀବାଣୁଙ୍କୁ ମାରି ଦେଇ ଥାଆନ୍ତି ବୋଲି ନିଜ ଅଭିଭାଷଣରେ କହିଥିଲେ। ସେ କହିଥିଲେ ଯେ, ବିଶ୍ୱ ପଖାଳ ଦିବସ ଆଜି ଆଉ କେବଳ ଓଡ଼ିଶାରେ ପାଳନ କରାଯାଉ ନାହିଁ। ଏହା ଏବେ ଏକ ବିଶ୍ୱସ୍ତରୀୟ ଉତ୍ସବ ପାଲଟିଛି। ଭାରତର ବିଭିନ୍ନ ସ୍ଥାନରେ ଏବଂ ବିଶ୍ୱର ବିଭିନ୍ନ ସ୍ଥାନରେ ରହୁଥିବା ଓଡିଆମାନେ ଏହି ଦିନକୁ ଗର୍ବର ସହିତ ପାଳନ କରୁଛନ୍ତି। ପଖାଳ, ଦେଶ ବିଦେଶରେ ରହୁଥିବା ଓଡ଼ିଆମାନଙ୍କୁ ନିଜ ମାଟି ସହିତ ଯୋଡ଼ି ରଖିବାର ଏକ ମାଧ୍ୟମ ହୋଇଛି। ଏହା ଆମକୁ ଗର୍ବିତ କରୁଛି ଯେ ଆମର ସଂସ୍କୃତି ବିଶ୍ୱର ପ୍ରତ୍ୟେକ କୋଣରେ ପହଞ୍ଚି ପାରୁଛି।

Related Posts

ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

Continue reading
ନିଟ୍ ପୁନଃ ପରୀକ୍ଷା: ବ୍ୟକ୍ତିଗତ ଭାବେ ତୀକ୍ଷ୍ଣ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ବିବାଦ ପରେ ଜୁନ୍ ୨୧ ତାରିଖରେ ହେବାକୁ ଥିବା ନିଟ୍ ପୁନଃ ପରୀକ୍ଷା ପାଇଁ କେନ୍ଦ୍ର ସରକାର ବର୍ତ୍ତମାନ ପ୍ରକ୍ରିୟାର ପ୍ରତ୍ୟେକ ପର୍ୟ୍ୟାୟରେ ସୁରକ୍ଷା କଡ଼ାକଡ଼ି କରୁଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଦିଲ୍ଲୀସ୍ଥିତ ବାସଭବନରେ…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ