ଗୁରୁଦିବସରେ ରାଜରାସ୍ତାରେ ଗର୍ଜିଲେ ଶିକ୍ଷକ

ଭୁବନେଶ୍ୱର: ଗୁରୁଦିବସରେ ରାଜରାସ୍ତାରେ ଗର୍ଜିଲେ ଶିକ୍ଷକ । ଲୋୟର ପିଏମ୍ଜିରେ ହଜାର ହଜାର ଶିକ୍ଷକ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନ କ୍ରମେ ଚାଲିଥିବା ଅହୋରାତ୍ର ଗଣଧାରଣା ୨୧ ଦିନରେ ପହଞ୍ଚିଛି । ଆଜି ପୂରା ଦେଶ ଗୁରୁଦିବସ ପାଳୁଥିବା ବେଳେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀମାନେ ବିଦ୍ୟାଳୟ ଛାଡ଼ି ରାଜଧାନୀର ଗାନ୍ଧୀ ମାର୍ଗରେ ଖୋଲା ଆକାଶ ତଳେ ୨୧ ଦିନ ଧରି ଭୋକ ଉପାସରେ ପଡ଼ିରହିଛନ୍ତି । ପ୍ରତିଶ୍ରୁତି ଦେଇ ପାଳନ ନକରିବା ଓ ସରକାରୀ ଉଦାସୀନତା ଯୋଗୁଁ ହଜାର ହଜାର ଶିକ୍ଷକ ଶିକ୍ଷାକର୍ମଚାରୀଙ୍କ ଭାଗ୍ୟ ଓ ଭବିଷ୍ୟତ ଅନ୍ଧକାର ମଧ୍ୟକୁ ଠେଲି ହୋଇଯାଉଛି ବୋଲି ସଂଘ କହିଛି । ଏହା ସହ ସମସ୍ତ ସମସ୍ୟାର ସମାଧାନ କରିବାକୁ ଦାବି ମଧ୍ୟ କରିଛି ।
ସଂଗଠନର ପ୍ରମୁଖ ଦାବି ହେଉଛି ପଚିଶରୁ ତିରିଶ ବର୍ଷ ଧରି ନିରନ୍ତର ଶିକ୍ଷାଦାନ କରି ଆସୁଥିବା ଅନୁଦାନରୁ ବଞ୍ଚିତ ୧୯୪ ଓ ଅନ୍ୟ ବିଦ୍ୟାଳୟକୁ ତୁରନ୍ତ ଅନୁଦାନର ବ୍ୟବସ୍ଥା କରିବା । ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟର ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀମାନଙ୍କର ଅବସର ପରେ ବଞ୍ଚିବା ପାଇଁ ଚାକିରି ସର୍ଭାବଳୀ ସହ ପେନସନ୍ ଓ ଅବସରକାଳୀନ ସୁବିଧା ପ୍ରଦାନ କରିବା । ଖାଲିପଡ଼ିଥିବା ଶିକ୍ଷକ ପଦବୀ ତୁରନ୍ତ ପୂରଣ କରିବା ।
ସମସ୍ତ ବିଦ୍ୟାଳୟକୁ ସରକାରୀ ଘୋଷଣା କରିବା । ଅବସର ବୟସ ସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି, ଗ୍ରେଡ଼ପେ ରେ ଥିବା ଅସଙ୍ଗତି ଦୂରିକରଣ । ସପ୍ତମ ବେତନରୁ ବାଦ୍ ପଡ଼ିଥିବା ଶିକ୍ଷକମାନଙ୍କୁ ସପ୍ତମ ବେତନ ପ୍ରଦାନ ସହିତ ଚୁକ୍ତିଭିତ୍ତିକ ଶିକ୍ଷକ ଓ ଶିକ୍ଷିକାମାନଙ୍କୁ ନିଯୁକ୍ତି ଦିନଠାରୁ ବରିଷ୍ଠତା ପ୍ରଦାନ କରିବାର ଦାବି ରଖିଛି ଶିକ୍ଷକ ସଂଘ ।
ସମନ୍ୱୟ ସମିତି ଦ୍ୱାରା ଏହି ଗଣଧାରଣା ତିନି ସପ୍ତାହ ଅତିକ୍ରମ କରିବା ଉପରେ । ଏ ପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁ ସମସ୍ୟା ସମାଧାନ ପାଇଁ କୌଣସି ଠୋସ୍ ପଦକ୍ଷେପ ଗ୍ରହଣ କରାଯାଇ ନଥିବାର ଦେଖିବାକୁ ମିଳିଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ