ଗୁରୁବାରଠାରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ

ଭୁବନେଶ୍ୱର : ଗୁରୁବାରଠାରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢ଼ିପାରେ । ସମ୍ବଲପୁର ଓ ଝାରସୁଗୁଡ଼ାରେ ତାତି ୪୩ ଡିଗ୍ରୀ ଛୁଇଁବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ମଧ୍ୟ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସମ୍ଭାଳ ଗରମ ସହିତ ଗୁଳୁଗୁଳି ସ୍ଥିତି ରହିବ। ଶୁକ୍ରବାର ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ଅଧିକ ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ।

ଶନିବାର ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ଗରମ ଓ ଗୁଳୁଗୁଳି ହୋଇପାରେ। ରବିବାର (୧୧ ତାରିଖ) ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ହେବ। ୧୨ ତାରିଖ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରୀ ବହିବ। ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ଗ୍ରୀଷ୍ମଲହରି ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ