ଭୁବନେଶ୍ବର: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ମଧ୍ୟ ଏହି ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଥିଲା । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି ।
କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ମାଲକାନଗିରିରୁ ମୋଟୁ ଯୋଗାଯୋଗ ବିଚ୍ଛିନ୍ନ
ମାଲକାନଗିରି,02/09: ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ…