ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି । ଚଳିତ ବର୍ଷ ମଧ୍ୟ ଉଭୟ ନୂତନ ଏବଂ ନବୀକରଣ ନିମନ୍ତେ ସାମ୍ବାଦିକମାନଙ୍କଠାରୁ ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି । ସୂଚନାଯୋଗ୍ୟ ଯେ ଇଚ୍ଛୁକ ସାମ୍ବାଦିକମାନେ www.owjws.odisha.gov.in ରେ ଆବେଦନ କରିପାରିବେ ।

  • Related Posts

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ। ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ମୁହାଁ ହେବ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେବ। ଦକ୍ଷିଣ ଓଡ଼ିଶାରେ ଅଧିକ ଛେଚିବ। ୩୦ରୁ ୪୦ କିମି ବେଗରେ ଝଟ୍‌କା…

    Continue reading
    କଟକ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

    କଟକ : କଟକ ଷ୍ଟେସନରେ ଅଘଟଣ। ନିର୍ମାଣ କାର୍ୟ୍ୟ ଚାଲିଥିବା ବେଳେ ଭୁଶୁଡିଲା ସେଡ୍। କ୍ଷୟକ୍ଷତି କଣ ଘଟିଛି ତାହାର ସୂଚନା ଜଣାପଡି ନାହିଁ। ପ୍ଲାଟଫର୍ମ ନଂ ୧ରେ ଏଭଳି ଅଘଟଣ ଘଟିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ର କ୍ୟାବିନେଟର ମଞ୍ଜୁରି: ୨୦୩୦ ଯାଏ ଚାଲିବ ପିଏମ୍ ସ୍ୱନିଧି ଯୋଜନା

    କେନ୍ଦ୍ର କ୍ୟାବିନେଟର ମଞ୍ଜୁରି: ୨୦୩୦ ଯାଏ ଚାଲିବ ପିଏମ୍ ସ୍ୱନିଧି ଯୋଜନା

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ଯେଉଁ ପଦ ଦିଆଯାଇଛି ଏହା ଅଳଙ୍କାର ନୁହେଁ, ଏହା ଦାୟିତ୍ୱ, ଆହ୍ୱାନ : ଚିନ୍ମୟ

    ଯେଉଁ ପଦ ଦିଆଯାଇଛି ଏହା ଅଳଙ୍କାର ନୁହେଁ, ଏହା ଦାୟିତ୍ୱ, ଆହ୍ୱାନ : ଚିନ୍ମୟ

    କଟକ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

    କଟକ  ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

    ଜାମ୍ମୁ-କାଶ୍ମୀରରେ ଭୂସ୍ଖଳନ; ମୃତ୍ୟୁ ସଂଖ୍ୟା ୩୦

    ଜାମ୍ମୁ-କାଶ୍ମୀରରେ ଭୂସ୍ଖଳନ; ମୃତ୍ୟୁ ସଂଖ୍ୟା ୩୦

    ଆସିବ ନୂଆ ଐତିହ୍ୟ ନୀତି

    ଆସିବ ନୂଆ ଐତିହ୍ୟ ନୀତି