‘ଗୋପାଳକୁ ବେଲ୍‌ରେ ଛାଡ଼’

ଭୁବନେଶ୍ୱର: ରାଜ୍ୟର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ବୁଧବାର ତାଙ୍କ ପତ୍ନୀ ମୀନତି ଦାସ ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ଏହାକୁ ନେଇ ରାଜନୀତି ସରଗରମ ରହିଥିବା ବେଳେ ଏବେ ସରକାରଙ୍କୁ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଟାର୍ଗେଟ କରିଛନ୍ତି।ତାରା କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟରୁ ଲାଗୁଛି ଗୋପାଳ ପ୍ରକୃତ ଦୋଷୀ ନୁହନ୍ତି। ତା’ ହେଲେ ଗୋପାଳକୁ ବେଲ୍‌ରେ ଛାଡ଼ନ୍ତୁ, ଏହା ପଛରେ କିଏ ଅଛି ତାକୁ ଧରନ୍ତୁ। ନବଙ୍କ ପରିବାରର କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ଭରସା ନାହିଁ। ଏଣୁ ସିବିଆଇ ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦିଅନ୍ତୁ ବୋଲି ସେ କହିଛନ୍ତି।
ନବଙ୍କ ପତ୍ନୀ ମୀନତି ବୁଧବାର ସାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ବାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ ଝିଅ ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ ।ଏହି ଭେଟ ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ୟ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ ।

  • Related Posts

    ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

    ବରଗଡ଼ : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ସେ ଭୁବନେଶ୍ବରସ୍ଥିତ କଂଗ୍ରେସ ଭବନରେ ଶତାଧିକ ସମର୍ଥକଙ୍କ ଗହଣରେ ପିସିସି ସଭାପତି ଭକ୍ତ ଚରଣ ଦାସ, ପୂର୍ବତନ ବିଧାୟକ ସନ୍ତୋଷ ସିଂ…

    Continue reading
    ସିଜିମାଳୀ ସମସ୍ୟା: ଦରକାର ପଡିଲେ ଆଦିବାସୀଙ୍କ ସୁରକ୍ଷା ପାଇଁ ରାହୁଲ ଗାନ୍ଧୀ ଆସିବେ

    ଭୁବନେଶ୍ୱର : ସିଜିମାଳୀର ବିସ୍ଥାପିତଙ୍କୁ ନ୍ୟାୟ ଦାବିରେ ତଥା ପୁଲିସର ଦମନଲୀଳା ବିରୋଧରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ନ୍ଦେଶ କ୍ରମେ ୧୦ ତାରିଖ ଶୁକ୍ରବାର ରାଜ୍ୟ କଂଗ୍ରେସର ବରିଷ୍ଠ ନେତୃବୃନ୍ଦଙ୍କୁ ନେଇ ଗଠିତ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ