ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଲେ ହିମନ୍ତ

ନୂଆଦିଲ୍ଲୀ: ଆସାମ ସରକାରଙ୍କ ବଡ଼ ନିଷ୍ପତ୍ତି। ରାଜ୍ୟରେ ରେଷ୍ଟୁରାଣ୍ଟ, ହୋଟେଲ ଏବଂ ସର୍ବସାଧାରଣ ସ୍ଥାନରେ ଗୋ’ମାଂସ ଉପରେ ଲାଗିଛି ସଂପୂର୍ଣ୍ଣ ପ୍ରତିବନ୍ଧକ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହି ଘୋଷଣା କରିଛନ୍ତି। ପୂର୍ବରୁ ରାଜ୍ୟ ବିଧାନସଭାରେ ଗୋ’ମାଂସ ଉପରେ ପ୍ରତିବନ୍ଧକ ନେଇ ଆଇନ ଆସିଥିଲା। ଏବେ ଏହି ଆଇନରେ ସଂଶୋଧନ ଏବଂ ନୂତନ ବ୍ୟବସ୍ଥା ଅନ୍ତର୍ଭୁକ୍ତ କରିବାକୁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି ବୋଲି କହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ।ଆଜି ଦିଲ୍ଲୀରେ ଆସାମ ସରକାରଙ୍କ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ବୈଠକରେ ଅନ୍ୟ ମନ୍ତ୍ରୀମାନେ ଯୋଡ଼ି ହୋଇଥିଲେ। ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଏହାରି ଭିତରେ ଆସାମର ରେଷ୍ଟୁରାଣ୍ଟ, ହୋଟେଲ ଏବଂ ସର୍ବସାଧାରଣ ସ୍ଥାନରେ ଗୋମାଂସ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି। ଏନେଇ ସେ ଏକ ପ୍ରେସମିଟରୋ ଘୋଷଣା କରିଥିବାବେଳେ ଏହି ସମୟର ଭିଡିଓ ନିଜ ଏକ୍ସ ହ୍ୟାଣ୍ଡେଲରେ ଶେୟାର କରିଛନ୍ତି।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ