ଗ୍ରାମୀଣ ଲୋକ ଓ ମହିଳାଙ୍କ ଜୀବିକାକୁ ସୁଦୃଢ଼ କରିବାକୁ ସରକାର ପ୍ରତିବଦ୍ଧ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦାଦନ ଶ୍ରମିକ ବିସ୍ଥାପନ ସମସ୍ୟା ହ୍ରାସ କରିବା ପାଇଁ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଏକ ବୈଠକ ଆୟୋଜିତ ହୋଇଥିଲା । ଏହି ବୈଠକରେ ଏସବିଏମ୍ ଆଡ଼ଭାଇଜର ନାମକ ସଂସ୍ଥା ଓଡ଼ିଶାରେ ଦୁଗ୍ଧ ବିକାଶ ମାଧ୍ୟମରେ ଦାଦନ ଶ୍ରମିକ ବିସ୍ଥାପନ ସମସ୍ୟା ହ୍ରାସ ନେଇ ଏକ ଉପସ୍ଥାପନା ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ପ୍ରଦର୍ଶିତ କରିଥିଲେ । ଏହି ବୈଠକରେ ଶ୍ରମ, କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମଧ୍ୟ ଉପସ୍ଥିତ ଥିଲେ ।

ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଦାଦନ ଶ୍ରମିକ ବିସ୍ଥାପନ ନିମନ୍ତେ ଗଢ଼ା ଯାଇଥିବା ଟାସ୍କଫୋର୍ସର ଚେୟାରମ୍ୟାନ ଅଛନ୍ତି । ବର୍ତ୍ତମାନ ସରକାର ଦାଦନ ଶ୍ରମିକ ଜନିତ ସମସ୍ୟାକୁ ଗୁରୁତ୍ୱର ସହ ନେଉଛନ୍ତି । ଦାଦନ ପ୍ରବଣ ପ୍ରତ୍ୟେକଟି ଜିଲ୍ଲାର କାରଣ ଭିନ୍ନ ଭିନ୍ନ ଅଟେ । ଏହାକୁ ବିଶ୍ଳେଷଣ କରି ତଦନୁଯାୟୀ ପଦକ୍ଷେପ ଗ୍ରହଣ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ରାଜ୍ୟରେ ଗୋପାଳନ କରି ସେଥିରୁ ଦୁଗ୍ଧ ଏବଂ ଅନ୍ୟାନ୍ୟ ଦୁଗ୍ଧ ଜାତୀୟ ଉତ୍ପାଦ ଉତ୍ପାଦନ କରି ଗ୍ରାମୀଣ ଲୋକଙ୍କ ଜୀବିକାକୁ ସୁଦୃଢ଼ କରିହେବ । ବିଶେଷକରି ମହିଳାଙ୍କୁ ସ୍ୱାବଲମ୍ବୀ କଲେ ଓ ସେମାନଙ୍କୁ ବର୍ଷ ତମାମ ରୋଜଗାରର ଉତ୍ସ ଯୋଗାଇପାରିଲେ ଦାଦନ ଶ୍ରମିକ ସମସ୍ୟା ଅନେକାଂଶରେ ହ୍ରାସ ପାଇବ ବୋଲି ବୈଠକରେ ନିଷ୍କର୍ଷ ବାହାର କରାଯାଇଥିଲା ।

ସରକାରୀ ଯୋଜନାର ପ୍ରଣୟନ ସହିତ ବେସରକାରୀ ସ୍ତରରେ ପ୍ରୋତ୍ସାହନ ଯୋଗାଇଦେବା ନିମନ୍ତେ ଏସବିଏମ୍ ଆଡ଼ଭାଇଜର କମ୍ପାନୀର ପ୍ରତିନିଧି ଅନୁରୋଧ କରିଥିଲେ । ବୈଠକରେ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, ଶ୍ରୀମତୀ ଚିତ୍ରା ଅରୁମୁଗମ, ଶ୍ରୀ ସୁରେଶ କୁମାର ବଶିଷ୍ଠ, ଶ୍ରୀ ଏସ ଏନ ଗିରୀଶ, କୃଷି ବିଭାଗ, ଶ୍ରମ ବିଭାଗ, ମତ୍ସ୍ୟ ଓ ପ୍ରାଣିସମ୍ପଦ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ