ଘଣ୍ଟ ଘଣ୍ଟାରେ କମ୍ପିଲା ବିଧାନସଭା

ଭୁବନେଶ୍ଵର: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ମଙ୍ଗଳବାର ମଧ୍ୟ ବିଧାନସଭାରେ ଅଚଳାବସ୍ଥା ଦେଖାଦେଇଛି। ବିରୋଧୀଙ୍କ ପ୍ରବଳ ହୋହାଲ୍ଲା, ନାରାବାଜି ଯୋଗୁ ଚାଲିପାରିଲା ନାହିଁ ଗୃହକାର୍ୟ୍ୟ। ଫଳରେ ୧୧ଟା ୩୦ ପର୍ୟ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ। ପୋଡ଼ିୟମ ଆଗରେ ଉଭୟ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରତିବାଦ କରିଛନ୍ତି। ଆଜି ବି ଗୃହରେ ଘଣ୍ଟ ଓ ବଂଶୀ ବଜାଇ କଂଗ୍ରେସ ପ୍ରତିବାଦ କରିଥିବାବେଳେ ବିଜେଡି ସଦସ୍ୟ ପ୍ଲାକାର୍ଡ଼ ଧରି ନାରାବାଜି ଓ ହୋହାଲ୍ଲା କରିଛନ୍ତି।

ମଙ୍ଗଳବାର ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ମାଡ଼ି ଆସିଲା କଂଗ୍ରେସ । କଂଗ୍ରେସ ବିଧାୟକମାନେ ଘଣ୍ଟ ମାଡ଼ ସହ ତୂରୀ ଫୁଙ୍କିଲେ । ଗିନି ମଧ୍ୟ ବଜାଇଲେ । ସ୍ଲୋଗାନ ଛାଡ଼ିଲେ, ନାରୀ ସୁରକ୍ଷା ଆମର ଦାବି । ଗୃହ କମିଟି ଗଠନ ଆମର ଦାବି । କଂଗ୍ରେସ ସଦସ୍ୟମାନେ ବାଚସ୍ପତିଙ୍କ ଆସନ ନିକଟରେ ଜୋରଦାର ସ୍ଲୋଗାନ ଛାଡ଼ିବା ସହ ଘଣ୍ଟମାଡ଼ କରୁଛନ୍ତି।

ସେହିଭଳି ବିଜେଡି ସଭ୍ୟମାନେ ମଧ୍ୟ ପ୍ଲାକାର୍ଡ ଧରି ଗୃହର ମଧ୍ୟଭାଗକୁ ମାଡ଼ି ଆସି ସ୍ଲୋଗାନ ଦେଲେ, ଜାତିଗତ ଜନଗଣନା ଆମର ଦାବି । ଓବିସିଙ୍କୁ ମେଡିକାଲ ଓ ଇଞ୍ଜିନିୟରିଂ ଶିକ୍ଷାରେ ସଂରକ୍ଷଣ ଆମର ଦାବି। ନାରାବାଜି ସହ ହୋହାଲ୍ଲା କରିଥିଲେ ଉଭୟ ବିରୋଧୀ ଦଳ । ଏହି ସମୟରେ ବାଚସ୍ପତି ବିକ୍ଷୋଭ ପ୍ରଦର୍ଶନ କରୁଥିବା ସଦସ୍ୟଙ୍କୁ ନିଜ ନିଜ ସିଟ୍‌ରେ ବସିବାକୁ ଅନୁରୋଧ କରିଥିଲେ । ହେଲେ ଉଭୟ ବିରୋଧୀ ଦଳର ସଦସ୍ୟମାନେ ବାଚସ୍ପତିଙ୍କ କଥାକୁ ଶୁଣିନଥିଲେ । ଶେଷରେ ବାଧ୍ୟ ହୋଇ ବାଚସ୍ପତି ସୁରମା ପାଢୀ ବିଧାନସଭାକୁ ସାଢ଼େ ୧୧ଟା ୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

ଅନ୍ୟପଟେ ବିଧାନସଭା ମୁଲତବୀ ପରେ କଂଗ୍ରେସ ପକ୍ଷରୁ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଉଥିବା ବେଳେ ବାହାରେ ବିଜେଡି ପକ୍ଷରୁ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ।ଅନ୍ୟପଟେ ବିଧାନସଭା ମୁଲତବୀ ପରେ କଂଗ୍ରେସ ପକ୍ଷରୁ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଉଥିବା ବେଳେ ବାହାରେ ବିଜେଡି ପକ୍ଷରୁ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ