ଘନୀଭୂତ ହୋଇପାରେ ସମ୍ଭାବ୍ୟ ଲଘୁଚାପ

ଭୁବନେଶ୍ବର: ଉପକୂଳବର୍ତ୍ତୀ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ବିଶେଷକରି କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ୧୯ତାରିଖରୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ୍ ସାହୁ କହିଛନ୍ତି, ଆସନ୍ତା ୨୧ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୪ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ଅଛି। କିନ୍ତୁ କେତେ ଘନୀଭୂତ ହେବ, ଗତିପଥ କ’ଣ ରହିବ, ତୀବ୍ରତାକୁ ନେଇ ବର୍ତ୍ତମାନ ସ୍ପଷ୍ଟ ଆକଳନ କରାଯାଇ ପାରୁନି। ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ସ୍ପଷ୍ଟ ଆକଳନ କରାଯାଇ ପାରିବ।

  • Related Posts

    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading
    ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ

    ଦେବଗଡ଼:ଦେବଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଶ୍ଚିମ ସମ୍ଭାଗ ସଂପାଦକ ତ୍ରିବିକ୍ରମ ଶତପଥି ମୁଖ୍ୟଅତିଥି, ସମ୍ବଲପୁର ବିଭାଗ ସଂଘଚାଳକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି