ଚତୁର୍ଥ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ତିଳେଇବଣି ବ୍ଲକ ସୁଗୁଡା କ୍ଲଷ୍ଟର ଅନ୍ତର୍ଗତ କଲଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଚତୁର୍ଥ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି।ସୁଗୁଡା ସି.ଆର.ସି.ସି ପ୍ରାଣବନ୍ଧୁ ଘଡେଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଦେବଗଡ଼ ଜ଼ିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟକ୍ଷ ସନ୍ତୋଷ କୁମାର ଗୌଡ଼ ଉଦଘାଟନ କରିବା ସହ ବୈଠକର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।ଅନ୍ୟତମ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଦୁଷ୍ମନ୍ତ କୁମାର ସାମଲ ମଞ୍ଚାସିନ ଥିଲେ।ସ୍ଥାନୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ହୃଷିକେଶ ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ। ବୈଠକରେ ପୂର୍ଵ ବୈଠକର ବିଷୟବସ୍ତୁର ଆଲୋଚନା, ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଏଫ.ଏଲ.ଏନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଦ୍ୱାରା ଶିକ୍ଷଣ କାର୍ଯ୍ୟ ପ୍ରସ୍ତୁତି ଓ ଉପସ୍ଥାପନା,ଗ୍ୟାଲେରୀ ପରିଭ୍ରମଣ , ନ୍ୟସ୍ତ କାର୍ଯ୍ୟର ଆଲୋଚନା, ଶିକ୍ଷଣ ସୋପାନ ରେଜିଷ୍ଟର ଓ କ୍ଲଷ୍ଟର ସ୍ତରରେ ଶୈକ୍ଷିକ ସ୍ତରୀୟ ଶୈକ୍ଷିକ ଆଲୋଚନା,ନିପୁଣ ଓଡିଶା ଆପ କୁ ଠିକ ସମୟ ମଧ୍ୟରେ ସାରିବା, ସଂକ୍ଷେପଣ ଇତ୍ୟାଦି ଆଲୋଚନା କରାଯାଇଥିଲା। ବୈଠକ ମଧ୍ୟ ଭାଗରେ ଜ଼ିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦରା କୁଜୁର, ଶୈକ୍ଷିକ ତତ୍ତ୍ୱ ସଂଯୋଜକ ତପନ କୁମାର ସାହୁ ପ୍ରମୁଖ ଯୋଗ ଦେଇ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମନୋବଳ ବୃଦ୍ଧି କରିବାରେ ସହାୟକ ହୋଇଥିଲେ।ସି. ଆର. ସି. ସି. ପ୍ରାଣବନ୍ଧୁ ଘଡେଇ, ସି. ଆର. ଜି. ପ୍ରଭାତ ମହାପାତ୍ର , ଶିକ୍ଷୟିତ୍ରୀ ସୁନନ୍ଦା ପାତ୍ର, ବିରଞ୍ଚି ପ୍ରଧାନ ସମସ୍ତ ବିଷୟ ବସ୍ତୁ ଗୁଡିକୁ ଆଲୋଚନା ମାଧ୍ୟମରେ ଆଲୋକପାତ କରାଇଥିଲେ।ବୈଠକରେ କ୍ଲଷ୍ଟରର ସମସ୍ତ ପ୍ରଧାନଶିକ୍ଷକ, ଏଫ.ଏଲ.ଏନ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ସକ୍ରିୟ ଭାଗ ନେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସ୍ଥାନୀୟ ବିଦ୍ୟାଳୟର ଭବାନୀକାନ୍ତ ପ୍ରଧାନ , ଜ୍ୟୋସ୍ନାରାଣୀ ପ୍ରଧାନ, ଦିନେଶ ପାଢ଼ୀ, ନମିତା ସାହୁ,ସୁମତି ହେମ୍ବ୍ରମ ଅରୁଣ ତନୟ ସାମଲଙ୍କ ସମେତ ସମସ୍ତ କର୍ମଚାରୀ ସକ୍ରିୟ ସହଯୋଗ କରିଥିଲେ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ