ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି : ପୃଥ୍ବୀରାଜ

ଭୁବନେଶ୍ୱର: ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି । ବଡ଼ ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, ଅନ୍ୟ ରାଜ୍ୟଗୁଡ଼ିକ ଭ୍ରମଣ କରିଛନ୍ତି ଅବକାରୀ ଅଧିକାରୀ । ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି ପ୍ରତିନିଧି ଦଳ । ଦିନେ କି ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ନୀତି ଉପରେ ଆଲୋଚନା କରାଯାଇ ସମସ୍ତ ତଥ୍ୟ ଦିଆଯିବ । ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଚଳିତ ମାସରେ ନୂଆ ଅବକାରୀ ନୀତି କାର୍ୟ୍ୟ ଶେଷ ହେବ । ବର୍ତ୍ତମାନ ପୁରୁଣା ଅବକାରୀ ନୀତି ବଳବତ୍ତର ରହିଛି । ନୂଆ ନୀତିରେ ଚୋରା ମାଦକ ଦ୍ରବ୍ୟ ବିକ୍ରି ଉପରେ ରୋକ ଏବଂ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସମ୍ପୂର୍ଣ୍ଣ ଓଡ଼ିଶାରେ ଚଢ଼ଉକୁ ଜୋରଦାର କରାଯାଇଛି । ଅକ୍ଟୋବର ୨ ଅର୍ଥାତ ଗାନ୍ଧୀ ଜୟନ୍ତୀରୁ ସଚେତନତା କାର୍ୟ୍ୟକ୍ରମ ‘ନିଶା ନୁହେଁ ଜୀବନ’ ମାସେ ବ୍ୟାପି ଚାଲିବ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ