ଚାଇନା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଅଗଷ୍ଟ ୩୧ରେ ଚାଇନା ଗସ୍ତ କରିବେ। ଚାଇନାରେ ଅନୁଷ୍ଠିତ ହେବାକୁ ଥିବା ସଙ୍ଘାଇ କର୍ପୋରେସନ ଅର୍ଗାନାଇଜେସନ ବା ଏସ୍‌ସିଓ ସମ୍ମିଳନୀରେ ଯୋଗ ଦେବାକୁ ମୋଦି ସେଠାକୁ ଯିବେ। ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ଦୁଇ ଦିନ ଧରି ବେଜିଂରେ ଏସସିଓ ସମ୍ମିଳନୀ ହେବ। ତେଣୁ ମୋଦି ଦୁଇ ଦିନ ଚାଇନାରେ ରହିବେ।

୨୦୧୯ ପରେ ଏହା ମୋଦିଙ୍କ ପ୍ରଥମ ଚାଇନା ଗସ୍ତ। ସେ ଶେଷଥର ପାଇଁ ୨୦୧୯ରେ ଚାଇନା ଗସ୍ତ କରିଥିଲେ। ୨୦୧୯ ଗଲୱାନ ଘାଟି ସଂଘର୍ଷ ପରେ ଚାଇନା ଓ ଭାରତ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଥିଲା। ଦୁଇ ଦେଶ ମଧ୍ୟରେ ଛକାପଞ୍ଝା ମଧ୍ୟ ଦେଖିବାକୁ ମିଳିଥିଲା। ଦୁଇ ଦେଶ ମଧ୍ୟରେ କୂଟନୀତିକ ସମ୍ପର୍କ ମଧ୍ୟ ବିଗିଡ଼ି ଯାଇଥିଲା। ସେବେଠାରୁ ମୋଦି ଚାଇନା ଗସ୍ତ କରି ନଥିଲେ। ଏବେ କିନ୍ତୁ ସେ ଚାଇନା ଯିବେ ବୋଲି ଜଣାପଡ଼ିଛି।ନିକଟରେ ଭାରତୀୟ ସେନା କରିଥିବା ଅପରେସନ ସିନ୍ଦୂର ସମୟରେ ଚାଇନା ପରଦା ପଛରେ ରହି ପାକିସ୍ତାନକୁ ସହଯୋଗ କରିଥିଲା। ଏହାକୁ ନେଇ ଚାଇନା ଉପରେ ମଧ୍ୟ ଦେଶବାସୀ ଖପ୍ପା ହୋଇଥିଲେ। ଏସବୁ ବିବାଦ ମଧ୍ୟରେ ମୋଦି ଚାଇନା ଗସ୍ତ କରିବାକୁ ଦିନ ଧାର୍ୟ୍ୟ ହୋଇଛି।

  • Related Posts

    ପୁଣି ବ୍ୟାପୁଛି କରୋନାର ନୂଆ ଭାରିଆଣ୍ଟ, ଜାଣନ୍ତୁ ଏହାର ଲକ୍ଷଣ ବିଷୟରେ

    ନୂଆଦିଲ୍ଲୀ : କରୋନା ଭାଇରସର ନୂଆ ଭାରିଆଣ୍ଟ ଖୁବ୍ ଜୋରର ବ୍ୟାପିବା ଆରମ୍ଭ କରିଛି। ଆମେରିକାରେ କୋଭିଡ୍-୧୯ର ନୂଆ ସବ୍ଭାରିଆଣ୍ଟ BA.3.2 ସାମ୍ନାକୁ ଆସିଛି, ଯାହାକୁ ସିକାଡା ( Cicada) ମଧ୍ୟ କୁହାଯାଉଛି। ରିପୋର୍ଟ ମୁତାବିକ , ସବ୍ ଭାରିଆଣ୍ଟ BA.3.2…

    Continue reading
    ଆଜିଠୁ ନୂଆ ଆୟକର ଆଇନ ଲାଗୁ

    ନୂଆଦିଲ୍ଲୀ: ନୂଆ ଆର୍ଥିକ ବର୍ଷ ସହ ଏପ୍ରିଲ ୧ରୁ ସାରା ଦେଶରେ କାର୍ଯ୍ୟକାରୀ ହେଉଛି ନୂଆ ଆୟକର ଆଇନ । ଏହା ୬ ଦଶନ୍ଧି ପୁରୁଣା ପ୍ରତ୍ୟକ୍ଷ ଟିକସ ଆଇନକୁ ବାଦ ଦେବ । ଅନୁପାଳନ ବ୍ୟବସ୍ଥା, ଶବ୍ଦ ଏବଂ ଟିକସ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ