ଚାମ୍ପିଅନ୍ସ ଟ୍ରଫି: ନ୍ୟୁଜିଲାଣ୍ଡକୁ ୪୪ରନ୍‌‌ରେ ହରାଇଲା ଭାରତ

ଦୁବାଇ: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଚଳିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଭାରତ ୪୪ ରନ୍‌ରେ ବିଜୟ ହୋଇଛି। ଏଥିସହ ଭାରତ ଚାମ୍ପିୟନ୍ସ ଟ୍ରଫିରେ ହାଟ୍ରିକ ବିଜୟ ହାସଲ କରି ଗ୍ରୁପ-ଏ’ରେ ସର୍ବାଧିକ ୬ ପଏଣ୍ଟ ସହ ଶୀର୍ଷରେ ରହିଛି। ଏହି ମ୍ୟାଚର ଫଳାଫଳ ସହିତ ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଯାଇଛି। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଆସନ୍ତା ୪ ତାରିଖରେ ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ। ସେହିଭଳି ନ୍ୟୁଜିଲାଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ସେମିଫାଇନାଲ ୫ ତାରିଖରେ ଖେଳାଯିବ।

ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ପାଇଁ ୨୫୦ ରନ ଟାର୍ଗେଟ ରଖାଯାଇଥିଲା। ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫ ରନ କରି ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ କେନ ଓ୍ବିଲିୟମସନ ୮୧ ରନ କରିଥିବାବେଳେ ମିଚେଲ ସାଣ୍ଟନର ୨୮ ରନ ଓ ଓ୍ବିଲ ୟଙ୍ଗ ୨୨ ରନ କରିଥିଲେ। ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୫ଟି ଓ କୂଳଦୀପ ଯାଦବ ୨ଟି ଓ୍ବିକେଟ ନେଇଥିଲେ। ସେମିଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଖେଳିବ। ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ହିଁ ନିଜର ତାରକା ବ୍ୟାଟ୍ସମ୍ୟାନଙ୍କୁ ହରାଇ ସଂକଟରେ ପଡ଼ିଥିଲା। ଚମ୍ପିଆନ୍ସ ଟ୍ରଫିରେ ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚରେ ଟିମ ଇଣ୍ଡିଆ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୪୯ ରନ ସଂଗ୍ରହ କରିଥିଲା। ଫଳରେ ନ୍ୟୁଜିଲାଣ୍ଡକୁ ଏହି ମ୍ୟାଚ ଜିତିବାକୁ ହେଲେ ୨୫୦ ରନର ଲକ୍ଷ୍ୟ ହାସଲ କରିବାକୁ ପଡ଼ିଥିଲା। ଆରମ୍ଭରୁ ବ୍ୟାଟିଂ ବିପର୍ୟ୍ୟୟର ସମ୍ମୁଖୀନ ହୋଇଥିବା ଭାରତୀୟ ଦଳ ଶ୍ରେୟସ ଆୟାରଙ୍କ ଗୁରୁତ୍ଵପୂର୍ଣ୍ଣ ୭୯ ରନ ଏବଂ ଅକ୍ଷର ପଟେଲ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୪୫ ରନ ବଳରେ ଭାରତ ୨୪୯ ରନ କରିବାକୁ ସକ୍ଷମ ହୋଇଥିଲା। ଦୁଇ ଓପନର ଯୋଡ଼ି ରୋହିତ ଶର୍ମା ଏବଂ ଶୁବମନ ଗିଲଙ୍କ ସମେତ ବିରାଟ କୋହଲି ଆଜି ବ୍ୟାଟିଂ ବିଫଳତାର ଶିକାର ହୋଇଥିଲେ। ଯାହାଫଳରେ ଦଳକୁ ବଡ଼ ସ୍କୋର କରିବାରେ ସଫଳ ହୋଇନଥିଲା।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ