ଚାମ୍ପିୟନ୍ସ ଟ୍ରଫି: ବାଂଲାଦେଶକୁ ୬ ୱିକେଟରେ ହରାଇଲା ଭାରତ

ଦୁବାଇ : ଚାମ୍ପିୟନ୍ସ ଟ୍ରଫିର ଦ୍ବିତୀୟ ମୁକାବିଲାରେ ଭାରତ ବାଂଲାଦେଶକୁ ୬ ଓ୍ବିକେଟରେ ହରାଇଛି । ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୨୨୮ ରନ୍ କରିଥିଲା । ଭାରତ ୪୬.୩ ଓଭରରେ ୪ ଓ୍ବିକେଟ୍ ହରାଇ ଲକ୍ଷ୍ୟକୁ ପୂରଣ କରିଛି । ଭାରତ ପାଇଁ ଶୁଭମନ ଗିଲ୍ ସେଞ୍ଚୁରୀ ଲଗାଇଛନ୍ତି । ଆଇସିସି ଟୁର୍ଣ୍ଣାମେଣ୍ଟରେ ଏହା ତାଙ୍କ ପ୍ରଥମ ଶତକ । ରୋହିତ ଶର୍ମା ୪୧, କେଏଲ୍ ରାହୁଲ ୩୮ ଓ ବିରାଟ କୋହଲି ୨୨ ରନ୍ କରିଛନ୍ତି । ମୋହମ୍ମଦ ଶମି ୫, ହର୍ଷିତ ରାଣା ୩ ଓ ଅକ୍ଷର ପଟେଲ ୨ ଓ୍ବିକେଟ୍ ନେଇଛନ୍ତି ।

ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ଆରମ୍ଭରୁ ବ୍ୟାଟିଂ ବିପର୍ୟ୍ୟୟର ସମ୍ମୁଖୀନ ହୋଇଥିଲା । ଓପନିଂ କରିବାକୁ ଆସିଥିବା ତାନଜିଦ ହାସନ ୨୫ ରନ ଓ ମେହଦୀ ହାସନ ମିରାଜ ୧୦ ବଲରେ ୫ରନ କରି ଆଉଟ ହୋଇଥିଲେ। ଗୋଟିଏ ପଟେ ବାଂଲାଦେଶ ଟିମ୍ ଭାରତୀୟ ବୋଲିଂରେ ଧରାଶାୟୀ ହୋଇପଡ଼ିଥିଲା। ପରେ ପାରିକୁ ତୋହିଦ ହୃଦୟ ଓ ଜାକିର ଅଲି ଅନିକ ସମ୍ଭାଳିଥିଲେ। ଜାକିର ଅଲି ୧୧୪ ବଲରେ ୬୮ ରନରେ ଆଉଟ ହୋଇଥିଲେ। ରିସାଦ ହୋସେନ ୧୨ ବଲରେ ୧୮ରନ କରି ଆଉଟ ହେଇଥିଲେ। ତୋହିଦ ହୃଦୟ ଏକ ଶତକୀୟ ଇଂଲିସ ଖେଳିଥିଲେ। ୧୧୮ ବଲରେ ୧୦୦ ରନର କରି ତୋହିଦ ଆଉଟ ହୋଇଥିଲେ। ଭାରତ ପକ୍ଷରୁ ମହମ୍ମଦ ସାମି ସର୍ବାଧିକ ୫ଟି ୱିକେଟ ନେଇଥିବାବେଳେ ହର୍ଷିତ ରାଣା ୩ଟି ଓ ଅକ୍ଷର ପଟେଲ ୨ଟି ୱିକେଟ ନେଇଥିଲେ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ