ଚାଷୀଙ୍କୁ ଦଳିଦେଲା ଦନ୍ତା

ହିନ୍ଦୋଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳରେ ହାତୀ ଆକ୍ରମଣରେ ମୃତ୍ୟୁ ନିତିଦିନିଆ ଘଟଣାରେ ପରିଣତ ହେଲାଣି। ଗତ ଗୁରୁବାର ଏହି ବନାଞ୍ଚଳରେ ୩ ଜଣଙ୍କୁ ଏକ ସଙ୍ଗରେ ହାତୀ ଦଳି ମାରିଦେଇଥିବା ବେଳେ ଶନିବାର ପୁଣି ଜଣେ ଚାଷୀ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୃତକ ହେଲେ ସୁଧାକର ସାମଲ (୫୬ବର୍ଷ)। ତାଙ୍କ ଘର ହିନ୍ଦୋଳ ବ୍ଲକ ମହାଲୁଣ୍ଡା ପଞ୍ଚାୟତ ଟାଙ୍ଗିଶାଳ ଗ୍ରାମରେ। ହାତୀ ଆକ୍ରମଣରେ ତାଙ୍କ ମୃତ୍ୟୁ ହୋଇଛି । ଶରୀରର ମୁଣ୍ଡରୁ ଗଣ୍ଡି ଅଲଗା ହୋଇଯାଇଛି। ବିଲମାଳରୁ ଶନିବାର ସକାଳୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି।

ସୂଚନା ମୁତାବକ, ସୁଧାକର ଶୁକ୍ରବାର ବିଲକୁ ଯାଇଥିଲେ। ହେଲେ ସନ୍ଧ୍ୟାସୁଦ୍ଧା ଫେରିନଥିଲେ। ରାତିରେ ପରିବାର ଲୋକେ ଖୋଜାଖୋଜି କରି ପାଇ ନଥିଲେ। ହାତୀ ଭୟରେ ଗ୍ରାମବାସୀ ବିଲକୁ ଯାଇନଥିଲେ। ସକାଳୁ ବିଲ ମଧ୍ୟରୁ ସୁଧାକରଙ୍କ ମୃତଦେହ ଠାବ ହୋଇଛି । ବିଲ ଚାରିପାର୍ଶ୍ୱରେ ହାତୀ ପାଦ ଚିହ୍ନ ଥିବାରୁ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା ଗ୍ରାମବାସୀ କହିଛନ୍ତି। ଏସମ୍ପର୍କରେ ଖବର ପାଇ କର୍ଣ୍ଣପୁର ବିଟ ହାଉସର ବନ କର୍ମଚାରୀ ଓ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ