ନୂଆଦିଲ୍ଲୀ: ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ସରକାର ତୁରନ୍ତ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆସନ୍ତା ସେପ୍ଟେମ୍ବର ୩୦ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କର ଏହି ନିଷ୍ପତ୍ତି ବଳବତ୍ତର ରହିବ। ଦେଶରେ ଚିନି ଯୋଗାଣ ବଜାୟ ରଖିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି ପ୍ରତିବନ୍ଧକ ୨୦୨୬ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସରକାରୀ ପଦକ୍ଷେପ ଏପରି ସମୟରେ ଆସିଛି ଯେତେବେଳେ ଘରୋଇ ବଜାରରେ ଚିନି ମୂଲ୍ୟ ଉପରେ ଚାପ ବଢ଼ୁଛି। ରପ୍ତାନି ଉପରେ ପ୍ରତିବନ୍ଧକ ଦେଶ ଭିତରେ ଉନ୍ନତ ଯୋଗାଣ ସୁନିଶ୍ଚିତ କରିବ ଏବଂ ମୂଲ୍ୟ ନିୟନ୍ତ୍ରଣରେ ରଖିବ।
ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍ ନୋଟ୍
ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…




