ଚିଲିକାରେ ଆରମ୍ଭ ହେଲା ଡଲଫିନ ଗଣନା

ଚିଲିକା: ସାତପଡ଼ା ଚିଲିକାରେ ଆରମ୍ଭ ହେଲା ଡଲଫିନ ଗଣନା। ତିନିଦିନ ଧରି ଚାଲିବ ଡଲଫିନ ଗଣନା । ଭୋର ୬ଟା ରୁ ଆରମ୍ଭ କରି ଦିନ ୧୨ଟା ପର୍ୟ୍ୟନ୍ତ ଚାଲିବ ଡଲଫିନ ଗଣନା। ଏହି ଗଣନାରେ ମୋଟ ୧୮ ଟିମ୍ ସାମିଲ ହୋଇଛନ୍ତି। ସାତପଡ଼ାରୁ ୮ ଟିମ୍ ନାର୍ଦନ ଆଉଟର ଚ୍ୟାନେଲ ଓ ବାଲୁଗାଁ ରୁ ୧୦ ଟିମ୍ ସେଣ୍ଟ୍ରାଲ ସର୍ଦାନ ଚ୍ୟାନେଲରେ ଗଣନା କରିବ ।

ସୂଚନାନୁଯାୟୀ, ସାତପଡ଼ା ରେଞ୍ଜ ପଟୁ ୮ଟି ଦଳ ଏବଂ ବାଲୁଗାଁ ରେଞ୍ଜ ପଟୁ ୧୦ ଟି ଦଳ ମୋଟ ୧୮ ଟି ଦଳ ଡଲଫିନ ଗଣନା ଜାରି ରଖିଥିବା ସହକାରୀ ବନ ସଂରକ୍ଷକ ପ୍ରମୋଦ କୁମାର ସେଠୀ ପ୍ରକାଶ କରିଛନ୍ତି। ଗୋଟାଏ ଦଳରେ ୮ ରୁ ୯ ଜଣ ଗଣନାକାରୀ ରହିଛନ୍ତି। ଏହି ଗଣନା ପ୍ରକ୍ରିୟାରେ ସିଡିଏର କର୍ମଚାରୀ, ବନ କର୍ମଚାରୀ, ଡଲଫିନ ବିଶେଷଜ୍ଞ, ସ୍ବେଚ୍ଛାସେବୀ, ପରିବେଶବିତଙ୍କ ସହିତ ବୋଟ୍ ଚାଳକ ସାମିଲ ହୋଇଛନ୍ତି । ଜିପିଏସ, ବାଇନାକୁଲାର, ରେଞ୍ଜ ଫାଇଣ୍ଡର ଦ୍ୱାରା ଗଣତି କରାଯାଉଛି।
ଆଜି ମିଳିତ ଭାବେ ସମସ୍ତ ଗଣନାକାରୀ ଗଣନା କରି ସାରିବା ପରେ ଅବଶିଷ୍ଟ ଦୁଇ ଦିନ କେବଳ ବନ୍ୟପ୍ରାଣୀ ବିଭାଗର କର୍ମଚାରୀମାନେ ପୁନଃ ଗଣନା କରିବେ। ସକାଳ ୬ ଟାରୁ ଦିବା ୧୨ଟା ପର୍ୟ୍ୟନ୍ତ ଡଲଫିନ୍ ଗଣନା କରାଯିବ। ଗଣନା ସମୟରେ ଡଲଫିନ୍ ଚଳପ୍ରଚଳ କରୁଥିବା ସ୍ଥାନ ମାନଙ୍କରେ ଅନ୍ୟାନ୍ୟ ଡଙ୍ଗା ଚଳାଚଳ ଉପରେ ରୋକ୍ ଲଗାଇବା ସହିତ ପର୍ୟ୍ୟଟକଙ୍କୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି।

  • Related Posts

    ଦ୍ରୁତ ଗତିରେ ଆଗଉଛି ଓଡ଼ିଶାର ଶିଳ୍ପାୟନ ପ୍ରକ୍ରିୟା : ମୁଖ୍ୟମନ୍ତ୍ରୀ

    ମୁମ୍ବାଇ/ଭୁବନେଶ୍ୱର:ମୁମ୍ବାଇର ବମ୍ବେ ଏକ୍ସିବିସନ୍ ସେଣ୍ଟରଠାରେ ‘ଇଣ୍ଡିଆ କେମ୍ ୨୦୨୬’ (India Chem 2026)ର ୧୪ତମ ସଂସ୍କରଣ ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଏବଂ ଫିକି (FICCI)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ତିନିଦିନିଆ ଶିଳ୍ପ ମହାକୁମ୍ଭରେ ଯୋଗଦେଇ…

    Continue reading
    ଆଜିଠୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତି

    ପୁରୀ,: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀରୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତିର ଶୁଭାରମ୍ଭ ହେବ । ଏହି ଅବସରରେ ଶ୍ରୀବିଗ୍ରହ ରାଧାଦାମୋଦର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ଠାକୁରଙ୍କୁ ସ୍ୱତନ୍ତ୍ର ବାଳଭୋଗ ଅର୍ପଣ କରାଯିବ । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁସାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି