ଚୋରି ପରେ ଘରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ବୈଦ୍ୟନାଥପୁର ଥାନା ଅନ୍ତର୍ଗତ କଳିଙ୍ଗନଗର ଦ୍ବିତୀୟ ଲାଇନରେ ଘରେ ଚୋରି କରିବା ପରେ ଦୁର୍ବୃତ୍ତ ଘରେ ଲଗାଇଦେଲେ ନିଆଁ । କଳିଙ୍ଗ ନଗରର ପ୍ଲଟ ନମ୍ବର ୨୧ରେ ଦେବୀ ପ୍ରସାଦ ପଟ୍ଟନାୟକଙ୍କ ଘରେ ଗତକାଲି ରାତିରେ କିଛି ଦୁବୃର୍ତ୍ତ ପଶିଥିଲେ । ଚୋରି କରିବା ପରେ ଘରେ ନିଆଁ ଲଗାଇ ଦେଇଥିଲେ । ଦେବୀ ପ୍ରସାଦଙ୍କ ପୁଅ ବମ୍ବେରେ ରହୁଥିବା ଯୋଗୁଁ ତାଙ୍କ ପରିବାର ଲୋକେ ସେଠାକୁ ଯାଇଥିଲେ । ଆଜି ଭୋରରୁ ଦେବୀଙ୍କ ପୁତୁରା କୌଣସି କାମରେ ତାଙ୍କ ଘରକୁ ଆସିଥିବା ବେଳେ ଘର ଝରକାର ଲୁହା ଗ୍ରୀଲ କଟିବା ସହ ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ପାଇଥିଲେ। ଏନେଇ ସଙ୍ଗେ ସଙ୍ଗେ ବ୍ରହ୍ମପୁର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ନିଆଁ ଆୟତ୍ତ ହେବା ପରେ ଘରେ ପଶି ଦେଖିଲା ବେଳକୁ ବହୁ ସାମଗ୍ରୀ ସହ ଆସବାବପତ୍ର ଜଳି ପୋଡ଼ି ନଷ୍ଟ ହୋଇଯାଇଛି । ଏହାସହ କିଛି ଚୋରି ହୋଇଥିବା ନେଇ ମଧ୍ୟ ଅନୁମାନ କରାଯାଉଛି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ