ଛାଡ଼ଖାଇ:ଆମିଷ ବଜାରରେ ଭିଡ଼

ଭୁବନେଶ୍ୱର: ଜମୁଛି ଛାଡ଼ଖାଇ ବଜାର। କାର୍ତ୍ତିକ ପୂର୍ଣ୍ଣିମା ପରେ ଗତକାଲି ସଂକ୍ରାନ୍ତି ଯୋଗୁଁ ଫିକା ପଡ଼ିଥିଲା ଆମିଷ ବଜାର। ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି। ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ମାର୍କେଟରେ ମଟନ୍, ଚିକେନ୍, ମାଛ, ଚିଙ୍ଗୁଡ଼ି ଆଦି ବିଭିନ୍ନ ପ୍ରକାରର ଆମିଷ ବିକ୍ରି ହେଉଛି। କାର୍ତ୍ତିକରେ ମାସରେ ହବିଷ କରିଥିବା ଲୋକ ଆଜି ଆମିଷ ଖାଇବାକୁ ଅଧିକ ପସନ୍ଦ କରୁଛନ୍ତି।

ଚାହିଦା ଅନୁସାରେ ଆଜି ଦାମ ମଧ୍ୟ ପୂର୍ବାପେକ୍ଷା ଅଧିକ ରହିଛି । ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟରେ ବାରିପଦା ଦେଶୀ ଚିକେନ କେଜିକୁ ୫୫୦ ଟଙ୍କା ଥିବାବେଳେ ବ୍ରୟଲର ୨୪୦, ମଟନ ୮୦୦, ଖଇଙ୍ଗା ମାଛ ୫୦୦, କଳା ପାମ୍ପ୍ଲେଟ ୪୫୦, ରୂପ ଚାନ୍ଦି ୨୫୦, ପାମ୍ପ୍ଲେଟ ୧ ହଜାର, ବଡ଼ ଚିଙ୍ଗୁଡ଼ି ୫୫୦ ରହିଛି ।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ