ଜଏନ କଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର: ଶେଷରେ କାର୍ଯ୍ୟରେ ଯୋଗଦେଲେ ଆଇଏଏସ ସୁଜାତା କାର୍ତ୍ତିକେୟନ ।ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବଭାବେ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ୬ ମାସ ଛୁଟିରୁ ଫେରିବା ପରେ ସେ କାର୍ଯ୍ୟରେ ଯୋଗଦେଇଛନ୍ତି । ଗତକାଲି ରାଜ୍ୟ ସରକାର ସୁଜତାଙ୍କ ସାନି ଛୁଟି ଆବେଦନକୁ ଅଗ୍ରାହ୍ୟ କରିଦେଇଥିଲେ । ଆଉ ୬ ମାସ ଛୁଟିରେ ରହିବାକୁ ସୁଜାତା ଆବେଦନ କରିଥିଲେ ।

ବିଜେଡିର ନିର୍ବାଚନୀ ବିପର୍ୟ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ ବୃଦ୍ଧି ପାଇଁ କରିଥିବା ଆବେଦନକୁ ରାଜ୍ୟ ସରକାର ଖାରଜ କରିିଥିଲେ । ଏହାସହିତ ନଭେମ୍ବର ୨୭ରୁ ଚାକିରିରେ ଯୋଗ ଦେବା ପାଇଁ ପରାମର୍ଶ ଦେଇଥିଲେ। ନିଜ ସନ୍ତାନର ଯତ୍ନ ନେବା ଦର୍ଶାଇ ସୁଜାତା ନଭେମ୍ବର ୨୬ତାରିଖ ପର୍ୟ୍ୟନ୍ତ ଛୁଟି ମାଗିଥିଲେ,ଯାହାକୁ ତତକାଳୀନ ମୁଖ୍ୟ ସଚିବ ଅନୁମୋଦନ କରିଥିଲେ।
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଥିଲେ । ସୁଜାତା ନଭେମ୍ବର ୨୭ରୁ ଆଉ ୬ମାସ ପାଇଁ ଛୁଟିରେ ଯିବାକୁ ଗତ ନଭେମ୍ବର ୪ତାରିଖରେ ମୁଖ୍ୟ ସଚିବଙ୍କୁ ଲିଖିତ ଅନୁରୋଧ କରିଥିଲେ । ତାଙ୍କୁ ଅଧିକ ଛୁଟି ଦେବା ପାଇଁ ସରକାର ରାଜି ନଥିବା ନେଇ ସୁଜାତାଙ୍କୁ ଲିଖିତ ଭାବେ ଶ୍ରୀ ମହାନ୍ତି ସ୍ପଷ୍ଟ କରିବା ସହ ନଭେମ୍ବର ୨୭ରୁ କାର୍ୟ୍ୟରେ ଯୋଗ ଦେବାକୁ କହିଥିଲେ ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ