ଜଗା ପ୍ରଧାନଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଶେଷରେ ମିଳିଛି ଜାମିନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ କୋର୍ଟ ତାଙ୍କୁ ଜାମିନ ମିଳିଛି । ବିଏମସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ମରାଯିବା ଘଟଣା ଜଗନ୍ନାଥ ପ୍ରଧାନଙ୍କୁ ପୁଲିସ ଗିରଫ କରିଥିଲା । ଆତ୍ମସମର୍ପଣ ପରେ ପୁଲିସ ତାଙ୍କୁ ଗିରଫ କରିଥିଲା ।ତେବେ ବୁଧବାର ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଶ୍ରୀ ପ୍ରଧାନଙ୍କୁ ଜାମିନ ପ୍ରଦାନ କରାଯାଇଛି । ଉଲ୍ଲେଖ ଥାଉ କି ବିଏମ୍‌ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଥିଲେ ।ଏହି ଘଟଣା ପରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିଲା । ଏହି ଘଟଣା ପରେ ଜଗନ୍ନାଥ ପ୍ରଧାନ ଭୁବନେଶ୍ବର ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ । ତାଙ୍କୁ ପୁଲିସ ଗିରଫ କରିଥିଲା ଜ୍ଝ ତାଙ୍କ ନାମରେ ସଙ୍ଗିନ ଦଫା ଲଗାଇ କମିସନରେଟ୍‌ ପୁଲିସ କୋର୍ଟ ଚାଲାଣ କରିଥିଲା । ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟ ଜାମିନ ଖାରଜ କରିବା ପରେ ଶ୍ରୀ ପ୍ରଧାନଙ୍କୁ ଝାରପଡ଼ା ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଥିଲା । ଏହାପରେ ଜାମିନ ଆବେଦନ କରିଥିଲେ ଜଗନ୍ନାଥ ଜ୍ଝ ଆଉ ଆଜି କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ଜ୍ଝ

ସମାନ ମାମଲାରେ ପୁଲିସ ପୂର୍ବରୁ ୨୯ ନଂ ୱାର୍ଡ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ରଙ୍କୁ ଗିରଫ କରିଥିଲା । ଆସନ୍ତା ୧୫ ତାରିଖରେ ଜିଲ୍ଲା ଦୌରାଜଜ୍‌ ଅଦାଲତରେ ସେମାନଙ୍କ ଜାମିନ୍‌ ଶୁଣାଣି ହେବ।

  • Related Posts

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନୂଆଦିଲ୍ଲୀ ଗସ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଏହି ଅବସରରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କ…

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର : ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଅନୁରୋଧ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର ଭଳି ସର୍ବସାଧାରଣ ସ୍ଥାନରେ ଖୋଲାଯିବ ଏହି ସେଣ୍ଟର…

    Leave a Reply

    Your email address will not be published. Required fields are marked *

    You Missed

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ