ଜନ ଭାଗିଦାରୀ ଅଭିଯାନର ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼,୧୯ /୦୫/୨୦୨୬:ଜିଲ୍ଲାପ୍ରଶାସନ ପକ୍ଷରୁ ଜନ ଭାଗିଦାରୀ-ସବୁଠାରୁ ଦୂର,ସବୁଠାରୁ ପ୍ରଥମେ ଅଭିଯାନର ସଚେତନତା କାର୍ୟ୍ୟକ୍ରମ ଜ଼ିଲ୍ଲାର ତିନୋଟି ବ୍ଲକ ରେ ଦ୍ଵିତୀୟ ଦିବସ ରେ ବିଭିନ୍ନ ପଞ୍ଚାୟତ ରେ ଅନୁଷ୍ଠିତ ହୋଇଯାଇଅଛି । ଏହି କ୍ରମରେ ଆଜି ବାରକୋଟ ବ୍ଲକର ଶରଣପୁର,କାଳିଆପାଳ,ବୁଢ଼ାଭୂଇଁ,ବମପରଡା,କଲାଡୁ,ବାଇଧରନଗର,ପୁରୁଣାପାଣି,ଗୋଳାବନ୍ଧ,କାଲକାଠ ଗ୍ରାମର କଟେଇ ସାହି, ଖୁଣ୍ଟାଡିହି,ଟାଇଁସିରା,ତିଲେଇବଣି ବ୍ଲକର ଡିମିରିକୁଦା,ଦୁଧିଆନାଳି,ଝରାଗ‌ୋଗୁଆ,ଝାରମୁଣ୍ଡା,କଂସର,ଲଇମୁରା,ପାଳକୁଦର,ରିଆମାଳ ବ୍ଲକର ସିଆରିଆ,ରତାଖଣ୍ଡି, କାଇଁସର ଗ୍ରାମରେ ଏହି କାର୍ୟ୍ୟକ୍ରମ ମାଧ୍ୟମରେ ସରକାରୀ କଲ୍ୟାଣମୂଳକ ଯୋଜନା, ସ୍ୱାସ୍ଥ୍ୟ ଓ ପୋଷଣ, ଶିକ୍ଷା, ସାମାଜିକ ସୁରକ୍ଷା, ଜୀବିକା ବିକାଶ ଏବଂ ବିଭିନ୍ନ ଅଧିକାରଭିତ୍ତିକ ସୁବିଧା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। ଗ୍ରାମବାସୀଙ୍କ ସହ ସିଧାସଳଖ ଆଲୋଚନା, ସମସ୍ୟା ଶୁଣାଣି ଏବଂ ସରକାରୀ ସେବାରେ ପହଞ୍ଚି ସୁନିଶ୍ଚିତ କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା।ଜିଲ୍ଲା ପ୍ରଶାସନ ଦୁର୍ଗମ ଅଞ୍ଚଳର ଜନସାଧାରଣଙ୍କୁ ସଶକ୍ତ କରିବା ସହ ସରକାରୀ ଯୋଜନାର ସୁଫଳ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ହେଉଛି କାର୍ୟ୍ୟକ୍ରମର ମୂଳ ଲକ୍ଷ୍ୟ।କାର୍ୟ୍ୟକ୍ରମରେ ବ୍ଲକର ଅଧିକାରୀ ଓ ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ