ଜନଗଣନା ନ ସରିବା ଯାଏ କର୍ମଚାରୀଙ୍କ ବଦଳି ବନ୍ଦ

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଥିବା ଜନଗଣନା ବର୍ଷେ ପର୍ୟ୍ୟନ୍ତ ଜାରି ରହିବ। ସେ ପର୍ୟ୍ୟନ୍ତ ଏଥିରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ଅନ୍ୟତ୍ର ବଦଳି ଉପରେ କଟକଣା ଲଗାଯାଇଛି। ଏନେଇ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅରବିନ୍ଦ ପାଢ଼ୀ ବିଭିନ୍ନ ବିଭାଗର ସଚିବ, ବିଭାଗୀୟ ମୁଖ୍ୟ, ସମସ୍ତ ଜିଲାପାଳ ଏବଂ ମହାନଗର ନିଗମର ଆୟୁକ୍ତ ତଥା ମୁଖ୍ୟ ଜନଗଣନା ଅଧିକାରୀଙ୍କୁ ଚିଠି ଲେଖି ଅବଗତ କରିଛନ୍ତି। ଅପରପକ୍ଷେ ଗତକାଲି ଆରମ୍ଭ ହୋଇଥିବା ସ୍ବ-ଜନଗଣନାରେ ରାଜ୍ୟର ୧୭ ହଜାର ଲୋକ ସାମିଲ ହୋଇଥିବା ଜଣାପଡ଼ିଛି।

ଜନଗଣନା କାର୍ୟ୍ୟର ସଫଳ ସମ୍ପାଦନ ସୁନିଶ୍ଚିତ କରିବା ପାଇଁ ଜନଗଣନା କାର୍ୟ୍ୟରେ ନିୟୋଜିତ ଅଧିକାରୀ ଓ କର୍ମଚାରୀଙ୍କ ବଦଳି ନ କରାଯିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଜନଗଣନା କାର୍ୟ୍ୟରେ ନିୟୋଜିତ ମାଷ୍ଟର ଟ୍ରେନର ଓ ଫିଲ୍ଡ ଟ୍ରେନରଙ୍କୁ ଜନଗଣନା କାର୍ୟ୍ୟ ସମାପ୍ତି ପର୍ୟ୍ୟନ୍ତ ଅର୍ଥାତ୍ ମାର୍ଚ୍ଚ ୨୦୨୭ ପର୍ୟ୍ୟନ୍ତ ବଦଳି କରାଯିବନାହିଁ। ସୁପରଭାଇଜର ଓ ଗଣନାକାରୀ ଭାବେ ନିଯୁକ୍ତ କର୍ମଚାରୀଙ୍କ ବଦଳି ସମ୍ବନ୍ଧରେ ସମ୍ପୃକ୍ତ ଜିଲା ମୁଖ୍ୟ ଜନଗଣନା ଅଧିକାରୀଙ୍କ ପୂର୍ବାନୁମତି ବିନା କୌଣସି ପଦକ୍ଷେପ ଗ୍ରହଣ କରାଯିବ ନାହିଁ। ବିଭାଗୀୟ ମୁଖ୍ୟ ଅଧିକାରୀମାନଙ୍କୁ କ୍ଷେତ୍ରସ୍ତରରେ ନିୟୋଜିତ ଜନଗଣନା ଅଧିକାରୀମାନଙ୍କ ବଦଳି ନିୟନ୍ତ୍ରଣ ନିୟମାବଳୀ କଡ଼ାକଡ଼ି ଭାବେ ପାଳନ କରିବାକୁ ନି‌େ‌ର୍ଦଶ ଦିଆଯାଇଛି।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ