
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ରୋଡ୍ ସୋ’ । ଜନତା ମଇଦାନ୍ ଯାଏଁ ରୋଡ୍ ସୋ’ କରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ରୋଡ୍ ସୋ’ ପାଇଁ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଜନତା ମଇଦାନ ନିକଟରେ ଜନସମୁଦ୍ର ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ଦେଖିବାକୁ ମିଳିଛି । ହାତରେ ବିଜେପି ପତାକା ଧରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫଟୋକୁ ଧରି ଅପେକ୍ଷା କରିରହିଥିଲେ ଜନତା । ଏବେ ରୋଡ୍ ସୋ’ ଜରିଆରେ ଲୋକଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ।
ବିଶାଳ ରୋଡ୍ ସୋ’ କରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ରାଜ୍ୟ ସରକାରଙ୍କ ବର୍ଷପୂର୍ତ୍ତି ଉତ୍ସବରେ ଯୋଗଦେବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବାର କାର୍ୟ୍ୟକ୍ରମ ରହିଛି । ୧୮,୭୦୦ କୋଟିର ଭେଟି ଦେବେ ମୋଦୀ । ଇଭି ବସ୍ ଡିପୋର ଉଦ୍ଘାଟନ ମଧ୍ୟ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ୧୦୦ଟି ନୂଆ ଇଭି ବସ୍ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ ।