ଜ଼ିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ

ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି।ଜ଼ିଲ୍ଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଢାବାରେ ମଦ ବିକ୍ରି ଉପରେ ଯାଂଚ,ଏନ ଏଚ ୪୯ରେ ରାସ୍ତା ପାର୍ଶ୍ଵରେ ଜବର ଦଖଲ ଦୋକାନ ଗୁଡ଼ିକୁ ଚିହ୍ନଟ ଓ ଉଚ୍ଛେଦ,ଗାଡ଼ି ଚଳାଇବା ବେଳେ ହେଲମେଟ,ସିଟବେଲ୍ଟ ପିନ୍ଧିବା,ନିର୍ଦ୍ଧାରିତ ଗତିରେ ଗାଡ଼ି ଚଳାଇବା,ଜିଲ୍ଲାରେ ସଡ଼କ ଦୁର୍ଘଟଣା କିଭଳି ଭାବେ ରୋକାଯାଇ ପାରିବ ସେ ବିଷୟରେ ଆଲୋକପାତ କରିଥିଲେ।ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ କେଶବ ଚନ୍ଦ୍ର ନାଏକ ବୈଠକର ଉଦ୍ଦେଶ୍ୟ ସଂପର୍କରେ ସୂଚନ‌ା ଦେଇଥିଲେ।ବୈଠକରେ ଏସପି କିଶୋର ଚନ୍ଦ୍ର ମୁଣ୍ଡ୍,ଉପ ଜ଼ିଲ୍ଲାପାଳ ପରିକ୍ଷିତ ସାହୁ, ଆରଏଣ୍ଡବି ଅଧିକ୍ଷଣ ଯନ୍ତ୍ରୀ ଅଭିଷେକ ଓଝା,ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ କଳିଙ୍ଗ ଆଶିଷ ଶତପଥୀ,ଟିପିଡବ୍ଲୁଓଡିଏଲ ନିର୍ବାହୀ ଯନ୍ତ୍ରୀ ରାଜୁ ସାହା,ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ଚନ୍ଦ୍ର ମହାରଣା,କମିଟିର ସଦସ୍ୟ ସତ୍ୟ ନାରାୟଣ ମିଶ୍ର,ସିଦ୍ଧାର୍ଥ ଗୁରୁଙ୍କ ସମେତ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଉପସ୍ଥିତ ଥିଲେ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ