ଜାପାନ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ଜାପାନ : ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ରବିବାର ଘୋଷଣା କରିଛନ୍ତି। ଶାସକ ଦଳ ଲିବେରାଲ ଡେମୋକ୍ରାଟିକ ପାର୍ଟି(ଏଲଡିପି)ରେ ସମ୍ଭାବ୍ୟ ବିଭାଜନକୁ ଟାଳିବା ଲାଗି ସେ ଏହି ପଦକ୍ଷେପ ନେଇଥିବା କହିଛନ୍ତି।

ଶାସକ ମେଣ୍ଟ ସରକାରକୁ ଗତ ଜୁଲାଇରେ ହୋଇଥିବା ନିର୍ବାଚନରେ ଉପର ସଦନରେ ଦଳକୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା। ଦୀର୍ଘ ଦିନ ଧରି ନେତୃତ୍ଵ ପରିବର୍ତ୍ତନ ପାଇଁ ଦଳ ଭିତରେ ଦାବି ହୋଇଆସୁଥିଲା। ଏହାକୁ ନେଇ ଦଳରେ ଫାଟ ସୃଷ୍ଟି ହେବାର ଆଶଙ୍କା ରହିଥିଲା। ତେଣୁ ପ୍ରଧାନମନ୍ତ୍ରୀ ଦଳରେ ଏକତା ବଜାୟ ରଖିବା ଲାଗି ବାଧ୍ୟ ହୋଇ ଇସ୍ତଫା ଦେଇଥିବା କହିଛନ୍ତି।ଉପର ସଦରେ ହୋଇଥିବା ନିର୍ବାଚନ ଫଳାଫଳ ପ୍ରଧାନମନ୍ତ୍ରୀଙ୍କ କ୍ଷମତାକୁ ଦୁର୍ବଳ କରିଦେଇଥିଲା। ତେବେ ସେ ଦଳର ମୁଖ୍ୟ ପଦବୀରେ ରହିବେ ବୋଲି କହିଛନ୍ତି।
ସୂଚନାଯୋଗ୍ୟ, ଗତ ଜୁଲାଇରେ ହୋଇଥିବା ନିର୍ବାଚନରେ ଏଲଡିପି ଏବଂ ତା’ର ସହଯୋଗୀ ଦଳ କୋମେଟୋକୁ ମୋଟ ୪୭ ଆସନ ମିଳିଥିଲା। ବହୁମତ ପାଇଁ ସର୍ବନିମ୍ନ ୫୦ ଆସନ ଆବଶ୍ୟକ ଥିଲା। ଉପର ସଦନରେ ମୋଟ ୨୪୮ ଆସନ ଥିବାବେଳେ ଜୁଲାଇ ନିର୍ବାଚନରେ ଅଧା ଆସନରେ ମତଦାନ ହୋଇଥିଲା।

  • Related Posts

    ବାୟୁସେନା ବିମାନ AN-32 ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ସମେତ 5 ମୃତ

    ଜୋରହାଟ: ଶନିବାର ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଭାରତୀୟ ବାୟୁସେନା ଏକ AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ବାୟୁସେନା ଅନୁଯାୟୀ, AN-32 ଜୋରହାଟ ବାୟୁସେନାରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।…

    Continue reading
    ଅଭିଷେକ ବାନାର୍ଜୀଙ୍କ ଘରେ ସର୍ଚ୍ଚ

    ବିଧାନସଭା ନିର୍ବାଚନ ପରାଜୟ ପରେ ମମତା ବାନାର୍ଜୀଙ୍କ ଟିଏମସିରେ ସଙ୍କଟ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଦଳେ ଆଭ୍ୟନ୍ତରୀଣ କନ୍ଦଳ ତୀବ୍ର ହୋଇଥିବା ବେଳେ ଅନ୍ୟପଟେ ଦଳର ବରିଷ୍ଠ ନେତାମାନଙ୍କ ପାଇଁ ଆଇନଗତ ସମସ୍ୟା ଜଟିଳ ହୋଇଛି। ଏହିକ୍ରମରେ ଆଜି ଟିଏମସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ