ଜାପାନର ସାକୁରା ବିଜ୍ଞାନ ହାଇସ୍କୁଲ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ଓଡ଼ିଶାର ଛାତ୍ରଛାତ୍ରୀ

ଭୁବନେଶ୍ୱର, 14/08: ଓଡିଶାର ବିଭିନ୍ନ ଜିଲ୍ଲାରୁ ଛଅ ଜଣ ମେଧାବୀ ଛାତ୍ରଛାତ୍ରୀ ଜାପାନରେ ଅନୁଷ୍ଠିତ ବିଜ୍ଞାନ ଭିତ୍ତିକ କାର୍ଯ୍ୟକ୍ରମ “ସାକୁରା” ରେ ରାଜ୍ୟକୁ ପ୍ରତିନିଧିତ୍ବ କରିବେ । ଅଗଷ୍ଟ ୧୬ ରୁ ୨୩ ପର୍ଯ୍ୟନ୍ତ ଜାପାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଆଇକନିକ୍ ଓଏଭି, ଅନ୍ଧାରୁଆ, ଖୋର୍ଦ୍ଧାରୁ ସାଇ ସୋହମ୍ ପ୍ରଧାନ, ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଭୁବନେଶ୍ୱରରୁ ଶ୍ରେୟାଶ୍ରୀ ପାଣିଗ୍ରାହୀ, ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କରଚାମାଲ, ନବରଙ୍ଗପୁରରୁ ସମିକ୍ଷା ରାଣୀ ମାଳି, ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବ୍ରହ୍ମପୁର, ଗଞ୍ଜାମରୁ ଚନ୍ଦ୍ର ଶେଖର ବେହେରା, ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକରୁ ସିପ୍ରା ଶତପଥୀ, ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ, ତାରାଣ୍ଡୋ, କେନ୍ଦ୍ରାପଡ଼ାରୁ ପୁଣ୍ୟ ପୁଲୋକିତା ପତି ଏହି କାର୍ଯ୍ୟକ୍ରମରେ ଭାଗ ନେବେ । ଏଥିସହ ସେମାନଙ୍କ ସହିତ ଜଣେ ଗାଇଡ୍ ଶିକ୍ଷୟିତ୍ରୀ ଶ୍ରୀମତୀ ନିହାରିକା ସାହୁ ମଧ୍ୟ ରହିବେ । ସାକୁରା କାର୍ଯ୍ୟକ୍ରମ ହେଉଛି ଜାପାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ଏଜେନ୍ସି (JST)ର ଏକ ପ୍ରୟାସ, ଯାହାର ଲକ୍ଷ୍ୟ ହେଉଛି ପରିଦର୍ଶନ, ଶୈକ୍ଷିକ ଆଦାନପ୍ରଦାନ ଏବଂ ସାଂସ୍କୃତିକ ପାରସ୍ପରିକ ଆଲୋଚନା ମାଧ୍ୟମରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଯୁବ ପ୍ରତିଭାକୁ ପ୍ରୋତ୍ସାହିତ କରିବା । ଏହି କାର୍ଯ୍ୟକ୍ରମ ବିଶ୍ୱର ଛାତ୍ରଛାତ୍ରୀମାନଙ୍କୁ ପ୍ରମୁଖ ଜାପାନୀ ବିଶ୍ୱବିଦ୍ୟାଳୟ, ଗବେଷଣା ପ୍ରତିଷ୍ଠାନ ଏବଂ ଉଚ୍ଚ-ପ୍ରଯୁକ୍ତିବିଦ୍ୟା ଶିଳ୍ପ ପରିଦର୍ଶନ କରିବାର ସୁଯୋଗ ପ୍ରଦାନ କରିଥାଏ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ