ଜାମ୍ମୁ-କାଶ୍ମୀରରେ ଭୂସ୍ଖଳନ; ମୃତ୍ୟୁ ସଂଖ୍ୟା ୩୦

ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀରର ଜାମ୍ମୁ, ଡୋଡା ଓ ରିୟାସି ଇତ୍ୟାଦି ଜିଲାରେ ମଙ୍ଗଳବାର ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଥିଲା । ଏଥିରେ ମୃତ୍ୟୁ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି । ଗତକାଲି ୧୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା । ଯେଉଁଥିରେ କି କଟରା ସ୍ଥିତ ମାତା ବୈଷ୍ଣୋଦେବୀଙ୍କ ପୀଠରେ ୬ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲା । ଗତକାଲି ଭୂସ୍ଖଳନରେ ୨୫ଟି ବାସଗୃହ ଓ ପୋଲ କ୍ଷତିଗ୍ରସ୍ତ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିଲେ । ଏଥିପାଇଁ ବୈଷ୍ଣୋଦେବୀ ପୀଠରେ ଯାତ୍ରାକୁ ସ୍ଥଗିତ ରଖାଯାଇଛି । ରାଜ୍ୟର ୧୦ଟି ଜିଲାରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର ପର୍ୟ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି । ନଦୀକୂଳ ଏବଂ ଜଳାଶୟ ନିକଟରୁ ଦୂରେଇ ରହିବାକୁ ଲୋକଙ୍କୁ ସତର୍କ କରାଯାଇଛି । ବର୍ଷା ଯୋଗୁଁ ଉତ୍ତର ରେଳବାଇ ପକ୍ଷରୁ ଜାମ୍ମୁ ଜୋନରେ ୨୨ଟି ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି ଏବଂ ୨୭ଟି ଟ୍ରେନକୁ ସର୍ଟ-ଟର୍ମିନେଟ୍‍ କରାଯାଇଛି । ଏଥିରେ ବୈଷ୍ଣୋଦେବୀ ବେସ୍‍ କ୍ୟାମ୍ପରୁ ଚାଲୁଥିବା ୯ଟି ଟ୍ରେନ ମଧ୍ୟ ସାମିଲ ଅଛି ।

ଅନେକ ସ୍ଥାନରେ ଭୂସ୍ଖଳନ ପରେ ମାଟି ଅତଡା ଖସିବା ଏବଂ ପଥର ଖସିବା କାରଣରୁ ଜମ୍ମୁ-କଟରା ରାଜପଥ ବନ୍ଦ ହୋଇଯାଇଛି । ଗତକାଲି ତ୍ରିକୂଟ ପାହାଡରେ ଥିବା ମନ୍ଦିରର ରାସ୍ତା ଏକ ବଡ ଅଂଶ ମାଟି ଅତଡଶରେ ପରିଣତ ହୋଇଥିଲା । ଏବେବି ଉଦ୍ଧାର କାର୍ୟ୍ୟ ଜାରି ରହିଛି ।

  • Related Posts

    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading
    ୪୫ ଦିନିଆ ଅସ୍ତ୍ରବିରତି ନେଇ ଇରାନ-ଆମେରିକା ମଧ୍ୟରେ ଆଲୋଚନା ଜାରି

    ୱାସିଂଟନ/ତେହେରାନ: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ସୋମବାର ଏକ ବିବୃତି ଜାରି କରି ଚେତାବନୀ ଦେଇଛି ଯେ, ଯଦି ପ୍ରତିଦ୍ୱନ୍ଦ୍ୱୀ ଦେଶଗୁଡ଼ିକ ବେସାମରିକ ଲକ୍ଷ୍ୟସ୍ଥଳକୁ ଟାର୍ଗେଟ କରନ୍ତି ତେବେ ଆମେ ଅଧିକ ଭୟଙ୍କର ଭାବେ ଜବାବ ଦେବୁ। ଏହି ଚେତାବନୀ ଏପରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ