ଜାରି ରହିଛି ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର: ୬ ଦଫା ଦାବି ନେଇ ଚାଲିଥିବା ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ଆଜି ତୃତୀୟ ଦିନରେ ପହଞ୍ଚିଛି । ସରକାରଙ୍କ ସହ ମହାସଂଘର ମାରାଥନ୍ ବୈଠକ ବିଫଳ ହେଲା ପରେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି । ସରକାର ଲିଖିତ ପ୍ରତିଶ୍ରୁତି ନଦେବାରୁ ଆନ୍ଦୋଳନ ଜାରି ରହିବ ବୋଲି ମହାସଂଘ ରୋକ୍‌ଠୋକ୍ ଶୁଣାଇ ଦେଇଥିଲା । ଆନ୍ଦୋଳନର ଦ୍ୱିତୀୟ ଦିନରେ ସରକାରଙ୍କ ତରଫରୁ ଆଲୋଚନା ପାଇଁ ଡ୍ରାଇଭର ମହାସଂଘକୁ ଡକାଯାଇ ନଥିଲା । ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ରାଜ୍ୟରେ ଯାତ୍ରୀ ଓ ସାମଗ୍ରୀ ପରିବହନ ସଂପୂର୍ଣ୍ଣ ଭାବେ ଠପ୍‌ ହୋଇ ପଡ଼ିଛି । ତୈଳ ପରିବହନ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି । ଆଜି ବହୁ ତେଲ ଟାଙ୍କିରୁ ପେଟ୍ରୋଲ୍‌, ଡିଜେଲ୍‌ ସରି ଯାଇଥିବା ଜଣାପଡ଼ିଛି । ଆଜି ପେଟ୍ରୋଲ୍‌, ଡିଜେଲ୍‌ ପରିବହନ ନ ହୋଇ ପାରିଲେ ରାଜ୍ୟରେ ତେଲ ସଙ୍କଟ ଦେଖା ଦେବ । ଫଳରେ ସଙ୍ଗିନ ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ।

ସେପଟେ ପାରାଦୀପ, ବାଲେଶ୍ବର, ଜଟଣୀ, ଝାରସୁଗୁଡ଼ା ଆଦି ପେଟ୍ରୋଲ ଡିପୋରେ ତୈଳ ପରିବହନ କରୁଥିବା ଡ୍ରାଇଭରମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଫଳରେ ଦୁଇ ଦିନ ହେଲା ତେଲ ପରିବହନ ବନ୍ଦ ରହିଛି । ଆଜି ବି ତୈଳ ପରିବହନ ନ ‌ହେଲେ ଅଧିକାଂଶ ତେଲ ଟାଙ୍କିରୁ ତେଲ ସରିଯିବ। ସନ୍ଧ୍ୟା ସୁଦ୍ଧା ରାଜ୍ୟର କୌଣସି ଟାଙ୍କିରେ ପେଟ୍ରୋଲ୍‌, ଡିଜେଲ୍‌ ମିଳିବ ନାହିଁ । ତେଣୁ ଆଜି ତେଲ ପରିବହନ ହେବା ଜରୁରୀ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ