ଜାରି ରହିବ ଗରମ, ଗୁଳୁଗୁଳି ପ୍ରକୋପ

ଭୁବନେଶ୍ୱର: ବଡ଼ ବର୍ଷା ନାହିଁ । କାଁ ଭାଁ ଅଳ୍ପ ବର୍ଷା ହେବ । ହେଲେ ବିଜୁଳି, ଘଡ଼ଘଡ଼ି ଆଶଙ୍କା ବେଶି । ଅନ୍ୟପଟେ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ତ୍ତମାନ ଜାରି ରହିବ ଗରମ, ଗୁଳୁଗୁଳି ପ୍ରକୋପ । ଆସନ୍ତା ୫ ଦିନ ଏମିତି ଛଟପଟ କରାଇବ ଗୁଳୁଗୁଳିର ଯନ୍ତ୍ରଣା।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଗରମ ଓ ଗୁଳୁଗୁଳି ପ୍ରକୋପ ଜାରି ରହିବ । ରବିବାର ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା ଥିବା ବେଳେ ଉପକୂଳରେ ଗୁଳୁଗୁଳି ଲାଗି ରହିବ । ୧୦ ଯାଏ ଏଭଳି ପାଗ ସମ୍ଭାବନା ଅଛି । ୧୧ ଓ ୧୨ରେ ଗୁଳୁଗୁଳି ପ୍ରକୋପ କମିପାରେ, ମାତ୍ର ବର୍ଷାର ସମ୍ଭାବନା ବିଶେଷ ନାହିଁ । ତାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ ।

  • Garvita Odia

    Related Posts

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଭୁବନେଶ୍ବର: ଆସନ୍ତା ୩ ଦିନ ଯାଏଁ ଗରମ ଗୁଳୁଗୁଳିରେ ସନ୍ତୁଳି ହେବେ ଉପକୂଳବର୍ତ୍ତି ଅଞ୍ଚଳ । ଆସନ୍ତା ୨୪ଘଣ୍ଟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଅଧିକ ଗୁଳୁଗୁଳି ଅନୁଭୁତ…

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ପାରାଦୀପ : ଇଦ୍ ପାଳିବା ପାଇଁ ଆସିଥିଲେ ପାରାଦୀପ । ୭ ଜଣ ସାଙ୍ଗ ସମୁଦ୍ରର ଲହଡିରେ ମଜାମସ୍ତି କରୁଥିଲେ । ହଠାତ୍ ଆସିଲା ଏକ ବଡ଼ ଲହଡ଼ି ଏବଂ ଜଣେ ଛାତ୍ରକୁ ଟାଣିନେଲା । ନିଜ ଆଖି ସାମ୍ନାରେ ସାଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ୭ ମାଓବାଦୀ ନିହତ

    ୭ ମାଓବାଦୀ ନିହତ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର