ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ

ଦେବଗଡ଼:ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପ୍ରେକ୍ଷାଳୟରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି, ଏସପି କିଶୋର ଚନ୍ଦ୍ର ମୁଣ୍ଡ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ,ଡେପୁଟି କଲେକ୍ଟର ଲକ୍ଷ୍ମଣ ଅମାତ୍ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ଅଦମ୍ୟ ସାହସ ଓ ଅତୁଳନୀୟ ବଳିଦାନ ସଂପର୍କରେ ନିଜର ବକ୍ତବ୍ୟ ରଖିଥିଲେ।ପରେ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ବଳିଦାନ ଦେଇଥିବା ଚଳଚ୍ଚିତ୍ର ପ୍ରଦର୍ଶନୀ କରାଯାଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ମୁକେଶ ଭୋଇ,ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ ସିଂ,ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର ପୁହାଣ,ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ,ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ପରିଚାଳନା କରିଥିଲେ।

  • Related Posts

    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading
    ଓସିଏସ ପରୀକ୍ଷା ନିୟମରେ ବଡ଼ ପରିବର୍ତ୍ତନ

    ଏଣିକି ଓଡ଼ିଶା ସିଭିଲ୍ ସର୍ଭିସେସ୍-OCS ପରୀକ୍ଷାରେ ଆଉ ରହିବନି ୬ଟି ସୁଯୋଗ। ଆଶାୟୀମାନେ ସେମାନଙ୍କ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ। ସାଧାରଣ ବର୍ଗ ପାଇଁ ସର୍ବୋଚ୍ଚ ବୟସସୀମା ୪୨ ବର୍ଷ, ମହିଳା ଓ ସଂରକ୍ଷିତ ବର୍ଗ ପାଇଁ ୪୭ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ