ଜୟଦେବ ଭବନ ପରିସରରୁ ଚନ୍ଦନ ଗଛ କାଟିନେଲେ

ଭୁବନେଶ୍ୱର: ରାଜଧାନୀର ହାଇ-ସିକ୍ୟୁରିଟି ଜୋନରେ ଥିବା ଜୟଦେବ ଭବନ ପରିସରରୁ ଦୁର୍ବୃତ୍ତ ଏକ ଚନ୍ଦନ ଗଛ କାଟି ନେଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଏଭଳି ସ୍ଥାନରୁ ମୂଲ୍ୟବାନ ଚନ୍ଦନ ଗଛ ଚୋରି ଘଟଣା ରାଜଧାନୀର ଆଇନଶୃଙ୍ଖଳା ଉପରେ ପ୍ରଶ୍ନବାଚୀ ଉଠାଇଛି ।ମିଳିଥିବା ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଜୟଦେବ ଭବନ ପରିସର ଶୂନଶାନ ଥିବାର ସୁଯୋଗ ନେଇ କିଛି ଦୁର୍ବୁତ୍ତ ଭିତରକୁ ପ୍ରବେଶ କରିଥିଲେ । ସେମାନେ ଚତୁରତାର ସହ ସେଠାରେ ଥିବା ଚନ୍ଦନ ଗଛକୁ କାଟି ସାଙ୍ଗରେ ନେଇ ଯାଇଛନ୍ତି । ରବିବାର ସକାଳେ କର୍ମଚାରୀମାନେ ଆସିବା ପରେ ଗଛଟି କଟା ହୋଇ ଗଣ୍ଡି ଚୋରି ହୋଇଥିବା ବେଳେ ଡାଳ ସବୁ ପଡ଼ିଥିବା ଦେଖିବାକୁ ପାଇଥିଲେ । ଜୟଦେବ ଭବନ ପରିସରରୁ ମୂଲ୍ୟବାନ ଚନ୍ଦନ ଗଛ ଚୋରି ଘଟଣା ଖବର ପ୍ରଚାରିତ ହେବାପରେ ସେଠାରେ ଲୋକଙ୍କ ଭିଡ଼ ଜମିଥିଲା ।ଜୟଦେବ ଭବନ କର୍ମଚାରୀମାନଙ୍କ କହିବା ଅନୁସାରେ, ଯେଉଁ ସ୍ଥାନରୁ ଗଛଟି କଟାଯାଇଛି, ତା’ ନିକଟରେ କୌଣସି ସିସି କ୍ୟାମେରା ଲାଗିନାହିଁ । ଏହାର ଫାଇଦା ଉଠାଇ ଚୋରମାନେ ସହଜରେ କାଣ୍ଡ ଘଟାଇ ଖସିଯିବାରେ ସଫଳ ହୋଇଛନ୍ତି । ଘଟଣା ସମ୍ପର୍କରେ ଅଭିଯୋଗ ପାଇବା ପରେ କ୍ୟାପିଟାଲ ଥାନା ପୁଲିସ ଜୟଦେବ ଭବନ ପରିସରରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି । ଆଖପାଖ ଅଞ୍ଚଳରେ ଲାଗିଥିବା ଅନ୍ୟ ସିସି କ୍ୟାମେରାର ଫୁଟେଜ୍‌କୁ ଆଧାର କରି ଦୁର୍ବୃତ୍ତମାନଙ୍କୁ ଚିହ୍ନଟ କରିବାକୁ ପୁଲିସ ଚେଷ୍ଟା ଚଳାଇଛି । ତେବେ ଏତେ ସୁରକ୍ଷା ବଳୟ ଭିତରେ ଚୋରମାନେ କେମିତି ଜୟଦେବ ଭବନ ପରିସରରେ ପଶିଲେ ଏବଂ ମୂଲ୍ୟବାନ ଚନ୍ଦନ ଗଛ କାଟି ନେଇଗଲେ, ତାହା ଏବେ ସବୁଠାରୁ ବଡ଼ ପ୍ରଶ୍ନ । ଭୁବନେଶ୍ୱରର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପ୍ରେକ୍ଷାଳୟ ପରିସରରୁ ଚନ୍ଦନ ଗଛ ଚୋରି ହେବା ଘଟଣା ମୁଖ୍ୟ ଚର୍ଚ୍ଚାର ବିଷୟ ପାଲଟିଛି ।

  • Related Posts

    ରାଜଧାନୀରେ ବୁଲିଲା ଖଣ୍ଡା

    ଭୁବନେଶ୍ବର :ରାଜଧାନୀରେ ବୁଲିଲା ଖଣ୍ଡା। ଦୋକାନ ଭାଙ୍ଗିବା ସହ ବାପା ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ପାଖ ବସ୍ତିରେ ୪ରୁ ୫ଜଣ ଦୁର୍ବୃତ୍ତ ଆସି ଆକ୍ରମଣ କରିଥିଲେ। ଆହତ ଦିଲ୍ଲିପ ଓ ରାଜେନ୍ଦ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଦୁର୍ବୃତ୍ତ…

    Continue reading
    ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା

    ରାୟଗଡ଼ା: ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ଅନୁରୋଧ କରାଯାଇଥିବା ସୂଚନା ଦେଇଛନ୍ତି ରାୟଗଡ଼ା ଏସପି ରାଜ ପ୍ରସାଦ। ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଗିରଫ କରାଯାଇଛି। ବାକି ଅଭିଯୁକ୍ତଙ୍କୁ ଧରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ