ଝାରସୁଗୁଡ଼ାରେ କ’ଣ କହିଲେ ମୋଦୀ ଜାଣନ୍ତୁ

ଭୁବନେଶ୍ୱର: ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଉଦଘାଟନ ପରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧନ କରିଛନ୍ତି । ଜୟ ଜଗନ୍ନାଥରୁ ନିଜର ଅଭିଭାଷଣ ଆରମ୍ଭ କରି ମୋଦୀ ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଲେ । ବିକଶିତ ଓଡ଼ିଶାର ସ୍ୱପ୍ନ ନେବାକୁ ଶପଥ ନେଲେ । ଫଳରେ ଆଜି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଚାଲିଛି । ଆଜି ଠାରୁ ସାରା ଦେଶରେ ଆଇଆଇଟି ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି । ଆଜି ବ୍ରହ୍ମପୁର-ସୁରତ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି । ସୁରତ ସହ ଆପଣଙ୍କ ସମ୍ପର୍କ କେତେ ଜରୁରୀ ତାହା ଆପଣ ସମସ୍ତେ ଜାଣନ୍ତି । ପଶ୍ଚିମବଙ୍ଗ ପରେ ଗୁଜୁରାଟରେ ସର୍ବାଧିକ ଓଡ଼ିଆ ରୁହନ୍ତି । ଆମ ସରକାର ଏଯାବତ ୪ କୋଟି ଗରିବଙ୍କୁ ପକ୍କା ଘର ଦେଇଛନ୍ତି । ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି । ଆଜି ଓଡ଼ିଶାରେ ୫୦ ହଜାର ପକ୍କା ଘର କାର୍ଯ୍ୟାଦେଶ ଦିଆଯାଇଛି । ଓଡ଼ିଶା ଲୋକଙ୍କ ସାମର୍ଥ୍ୟ ସହ ମୁଁ ପୂରା ସହମତ । ବିଗତ ଦଶନ୍ଧିରେ ଗରିବୀ ସହ ଲଢ଼ିଛନ୍ତି, ଏବେ ବିକାଶ ଦେଖିବେ । ଓଡ଼ିଶାରେ ଆଗାମୀ ଦିନରେ ୨ଟି ସେମିକଣ୍ଡକଟର ୟୁନିଟ ହେବାକୁ ଯାଉଛି ।ଏହି ସେମିକଣ୍ଡକଟରରୁ ବାହାରୁଥିବା ଚିପ୍ସ ସବୁ କାର୍ଯ୍ୟରେ ଲାଗିବ । ଏହି ଛୋଟିଆ ଚିପ୍ସ ସବୁ ଦୈନନ୍ଦିନ ସାମଗ୍ରୀରେ ଲାଗିବ । ଚିପ୍ସ ଠାରୁ ଆରମ୍ଭ କରି ସିପ ପର୍ଯ୍ୟନ୍ତ ଭାରତ ସବୁଥିରେ ଆତ୍ମନିର୍ଭର ହେବ । ଭାରତ ଅନ୍ୟ କୌଣସି ଦେଶ ଉପରେ ନିର୍ଭର କରିବ ନାହିଁ । ସ୍ୱଦେଶୀ ଜ୍ଞାନକୌଶଳରେ ସିପ ନିର୍ମାଣ ପାଇଁ ୧୭ ହଜାର କୋଟି ଟଙ୍କା ମଞ୍ଜର ହୋଇଛି । ଏଥିରୁ ସବୁଠୁ ଅଧିକ ଫାଇଦା ଯୁବପିଢ଼ି ପାଇବେ । ଓଡ଼ିଶାର ଯୁବପିଢ଼ି ଏଥିରୁ ରୋଜଗାର ପାଇପାରିବେ ।

ଏହାଛଡ଼ା ମୋଦୀ କହିଛନ୍ତି ଯେ ଟେଲିକମ ଟେକ୍ନୋଲୋଜୀ ପାଇଁ ଯାହା ଦରକାର ତାହା ବିକଶିତ । ଆଗାମୀ ଦିନରେ ବିଏସଏନଏଲ ନୂଆ ଇତିହାସ ରଚିବାକୁ ଯାଉଛି । ବିଏସଏନଏଲ ଦ୍ୱାରା ସ୍ୱଦେଶୀ ୪-ଜି ନେଟୱର୍କ ସାମିଲ ହେଲା । ଏହାଦ୍ୱାରା ହାଇସ୍ପିଡ ଇଣ୍ଟରନେଟ ସମ୍ଭବ ହୋଇଯାଇଛି । ଏହି ସେବା ସୀମାନ୍ତରେ ପ୍ରତିକୂଳ ସ୍ଥିତିରେ କାର୍ଯ୍ୟରତ ଯବାନ ବି ପାଇବେ । ଆଗାମୀ ଦିନରେ ବିଏସଏନଏଲ ସହ ୫-ଜି ଯୋଡ଼ି ହେବାକୁ ଯାଉଛି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ